Posted inRasifala

ରାଶିଫଳ: ସୋମବାର , ଏପ୍ରିଲ ୩ ତାରିଖ – Daily Horoscope

ମେଷ
ଆଜି ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆଜି ଯେତିକି ପାଇବେ ସେମିତି ଖର୍ଚ୍ଚ ମଧ୍ୟ କରିବେ। ଅବଶ୍ୟ ଅ-ନାମାକ୍ଷର ବ୍ୟକ୍ତିମାନେ ନିଜ ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ସତର୍କତା ଅଭାବରୁ ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି କିମ୍ବା ଭିନ୍ନରୂପ ନେଇପାରେ।
ବୃଷ
ବୃଷ
ଆନୁଷଙ୍ଗିକ ସହଯୋଗ ଲାଭକରି ଖୁସି ମିଜାଜରେ କାମ କରିବାର ସୌଭାଗ୍ୟ ଅର୍ଜନ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ତଥା ଶିଳ୍ପ ଓ ଏଜେନଶିପ୍‌ରୁ ମନ ଖୁସି ରହିବ। ବିବାଦୀୟ ଘଟଣାଠାରୁ ଦୂରେଇ ନ ରହିଲେ ଝମେଲା ହୋଇପାରେ। କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ।
ମିଥୁନ
ମିଥୁନ
ଆଜିର ଗ୍ରହସ୍ଥିତି ବିଶେଷ ଅନୁକୂଳତା ପ୍ରଦର୍ଶନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଚନ୍ଦ୍ରଙ୍କ ଉପରେ ରାହୁଙ୍କ କୁପ୍ରଭାବରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହି ସମସ୍ୟାକୁ ଡାକି ଆଣିପାରନ୍ତି। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ସାମାନ୍ୟ ଅସୁବିଧା ହେଲେ ମଧ୍ୟ ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବା ହେତୁ ମନୋବଳ ବୃଦ୍ଧି ପାଇବ। ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ମୁହଁ ଫଣଫଣ କରିପାରନ୍ତି। ଆନୁଷ୍ଠାନିକ କାମ, ମନୋରଞ୍ଜନ, ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ସି˚ହ
ସି˚ହ
ଆଜି ସତର୍କରେ ନ ଚଳିଲେ ଅର୍ଥହାନି ସାଙ୍ଗକୁ କଳହ ସମସ୍ୟାଗ୍ରସ୍ତ କରିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ। ବ୍ୟବସାୟୀମାନେ ବିଶେଷଭାବେ ପରିବହନ, ମନୋରଞ୍ଜନ କାର୍ଯ୍ୟକ୍ରମାଦିରୁ ଲାଭବାନ ହେବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ଭୁଲ୍‌ ବୁଝାମଣା କାରଣରୁ ବିବାଦୀୟ ପରିବେଶରେ ବାତାବରଣ ଅଶାନ୍ତ ହୋଇପାରେ। ସାହାଯ୍ୟର ପ୍ରତିଶ୍ରୁତି ଦେଇଥିବା ଲୋକଟି ଠିକଣା ସମୟରେ ସାମ୍‌ନାକୁ ଆସିବ ନାହିଁ। ଆମତ୍ୀୟସ୍ବଜନଙ୍କ ସ୍ବାସ୍ଥ୍ୟ ସମସ୍ୟାର ନିରାକରଣ ପାଇଁ ଚିନ୍ତା ବଢ଼ିପାରେ। ପାରିବାରିକ, ଆନୁଷ୍ଠାନିକ, ବ୍ୟବସାୟିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ।
ତୁଳା
ତୁଳା
ବିଭିନ୍ନ ଯୋଜନାର କାମ ଆର୍ଥିକ ସ୍ଥିତିକୁ ବିଗାଡୁଥିବାରୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି ଘଟିବ ଏବଂ ନିର୍ମାଣ କାର୍ଯ୍ୟ ମଧ୍ୟ ଅଟକିବ ନାହିଁ। ଆଜି ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପୁତ୍ରକନ୍ୟାଙ୍କ ବିବାହ ବିଷୟକୁ କେନ୍ଦ୍ରକରି ସମସ୍ୟା ଲାଗି ରହିପାରେ।
ବିଛା
ବିଛା
ଆଜି ବିଗତ ଦିନର ସ୍ମୃତି ରୋମନ୍ଥନ କରି ବିଚଳିତବୋଧ କରିବେ। ପୁତ୍ର, କନ୍ୟାଙ୍କ ବିବାହ ପ୍ରସ୍ତାବ ସ୍ଥିରୀକୃତ ହେବାର ସୂଚନା ରହିଛି। ଜମିଜମା, କଳିତକରାଳ, ଗୃହସୀମା ପ୍ରଭୃତି ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ସାମାଜିକ ସ୍ତରରେ ନୀଚ ଜାତିର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି ।
ଧନୁ
ଧନୁ
ଆଜିର ପାରିପାର୍ଶ୍ୱିକ ପରିସ୍ଥିତି ଉନ୍ନତ ରହିବା ହେତୁ କାର୍ଯ୍ୟ ସହଜରେ ସାଧିତ ହୋଇପାରିବ। ସାମାଜିକ ସ୍ତରରେ ଉପଯୁକ୍ତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଆଣ୍ଠୁଗଣ୍ଠି ବାତ, ଗ୍ୟାଷ୍ଟ୍ରିକ, ବମନ ଜନିତ ରୋଗରେ କଷ୍ଟ ପାଇପାରନ୍ତି। ଆକସ୍ମିକ ଭାବରେ ଘରକୁ ବନ୍ଧୁ କେହି ଆସିପାରନ୍ତି।
ମକର
ମକର
ଅନ୍ୟମାନଙ୍କ ପ୍ରରୋଚନାରେ ପଡ଼ି କୌଣସି ବ୍ୟକ୍ତି କାମ ହାସଲରେ ବିଘ୍ନ ଘଟାଇପାରନ୍ତି। ଧନିଷ୍ଠା ପାରିବାରିକ ଜଞ୍ଜାଳ ବୃଦ୍ଧି ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଅବଶ୍ୟ ସାହାଯ୍ୟକାରୀ ମନୋବୃତ୍ତି ଓ କାର୍ଯ୍ୟଦକ୍ଷତା ହେତୁ ନିଜ ପରିସରରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ପାରିବାରିକ ସହମତି ଓ ଅନ୍ୟମାନଙ୍କ ସାହାଯ୍ୟ ହେତୁ କାମଗୁଡ଼ିକ ହାତକୁ ନେଇ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ଦୀର୍ଘ ଦିନରୁ ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଶତଭିଷା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟ କଥା କହି ବିବାଦୀୟ ସମସ୍ୟାକୁ ସୁଧାରି ନେବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ମୀନମୀନ
ପାରସ୍ପରିକ ମତଭେଦଜନିତ ପାରିବାରିକ ସ୍ଥିରତା ରକ୍ଷା କରିବାରେ ଅସମର୍ଥ ହୋଇପଡ଼ିବେ। ବିବାଦୀୟ ପରିସ୍ଥିତିରେ ଲଢ଼େଇ କଲେ ବାଦୀ ଓ ପ୍ରତିବାଦୀ ଉଭୟେ କ୍ଷତିଗ୍ରସ୍ତ ହେବା ବ୍ୟତୀତ କିଛି ଲାଭ ହେବନି। ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କାମ ଅଟକିବ ନାହିଁ। ବହୁତ ଦିନରୁ ମନେମନେ ଖୋଜୁଥିବା ଲୋକଟିର ଖବର ଆଜି ସାୟାହ୍ନେ ପାଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri