ଅତାବିରା ଏନ୍‌ଏସି ନିର୍ବାଚନ: ବୁଥ୍‌ରେ ପହଞ୍ଚିଲେ ପୋଲିଂ ଅଧିକାରୀ

ସରଣ୍ଡା,୨।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ୍‌ ଗ୍ରହଣ କରାଯିବ। ସକାଳ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ଏଥିପାଇଁ ରବିବାର ପୋଲିଂ ଅଧିକାରୀମାନେ ଅତାବିରା ବ୍ଲକ ଅଫିସରୁ ଇଭିଏମ୍‌ ଓ ନିର୍ବାଚନ ସରଞ୍ଜାମ ଧରି ନିଜ ନିଜ ବୁଥ୍‌ରେ ପହଞ୍ଚିଛନ୍ତି। ପ୍ରତି ବୁଥ୍‌ରେ ଜଣେ ପ୍ରିଜାଇଡିଂ ଅଫିସର, ୪ଜଣ ପୋଲିଂ ଅଫିସର ଓ ଜଣେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏନ୍‌ଏସିର ୧୨ଟି ୱାର୍ଡରେ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି। ସେଥିମଧ୍ୟରୁ ୭ଟି ସମ୍ବେଦନଶୀଳ, ୩ଟି ଅତି ସମ୍ବେଦନଶୀଳ ଚିହ୍ନଟ ହୋଇଛି। ଅତାବିରା ବାଳିକା ହାଇସ୍କୁଲର ୨ ନମ୍ବର ବୁଥ୍‌କୁ ପିଙ୍କ୍‌ (ଗୋଲାପି) ବୁଥ୍‌ କରାଯାଇଛି l ଏହି ବୁଥ୍‌ରେ ସମସ୍ତ ନିର୍ବାଚନ କର୍ମଚାରୀ ଓ ଦଳୀୟ ଏଜେଣ୍ଟ ମହିଳା ରହିବେ ବୋଲି ନିର୍ବାଚନ ଅଧିକାରୀ ତଥା ବରଗଡ଼ ଉପ ଜିଲାପାଳ ଲଲାଟ ଲୁହା ପ୍ରକାଶ କରିଛନ୍ତି।

ସେହିପରି ବରଗଡ଼ ଏସ୍‌ପି ପି. ଏସ୍‌. ମିନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅତିରିକ୍ତ ଏସ୍‌ପି ପି. କେ. ମିଶ୍ର, ଏସ୍‌ଡିପିଓ ଅମ୍ରିତ କୁମାର ପଣ୍ଡା, ଅତାବିରା ଆଇଆଇସି ଅନିଲ କୁମାର ପ୍ରଧାନଙ୍କ ସମେତ ଭଟଲି ଓ ବିଜେପୁର ଥାନା ଆଇଆଇସି, ୧୦ଜଣ ଏସ୍‌ଆଇ ଓ ଏଏସ୍‌ଆଇ, ୪୯ଜଣ ହାବିଲଦାର ଓ କନଷ୍ଟେବଳ, ୪ଟି ମୋଟର ଓ ୫ଟି ବାଇକ ପାଟ୍ରୋଲିଂ ସହ ଯାଞ୍ଚ ଦାୟିତ୍ୱରେ ରହିବେ। ଏହାସହ ୨ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ବରଗଡ଼ ଡେପୁଟି କଲେକ୍ଟର, ବିଜେପୁର, ବରଗଡ଼, ଭଟଲି, ବରପାଲି, ଅମ୍ବାଭୋନା, ଝାରବନ୍ଧ ଓ ସୋହେଲା ତହସିଲଦାର ଏବଂ ସୋହେଲା, ବରପାଲି ବିଡ଼ିଓଙ୍କୁ ମାଜିଷ୍ଟ୍ରେଟ ଦାୟିତ୍ୱ ଦିଆଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ତତ୍ତ୍ୱାବଧାନରେ ଏଡିଏମ୍‌ ମିର୍ଦ୍ଧା ଟପ୍ପୋ, ନିର୍ବାଚନ ଅଧିକାରୀ ତଥା ବରଗଡ଼ ଉପ ଜିଲାପାଳ ଲଲାଟ ଲୁହା, ପଦ୍ମପୁର ଉପଜିଲାପାଳ ସଦାକର କୁମ୍ଭାର, ସାଧାରଣ ନିର୍ବାଚନ ପର୍ଯ୍ୟବେକ୍ଷକ ନୃସିଂହ ଚରଣ ସ୍ବାଇଁ, ଅତାବିରା ବିଡ଼ିଓ ପ୍ରମୋଦ କୁମାର ମେହେର ପ୍ରମୁଖ ନିର୍ବାଚନ ତଦାରଖ କରୁଛନ୍ତି।

ସୂଚନାଯୋଗ୍ୟ, ଅନୁସୂଚିତ ଜନଜାତି ବର୍ଗ ପାଇଁ ସଂରକ୍ଷିତ ନଗରପାଳ ଆସନରେ ୩ ପ୍ରମୁଖ ରାଜନୈତିକ ଦଳ ସମେତ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪ଜଣ ନିର୍ବାଚନୀ ମଇଦାନରେ ରହିଛନ୍ତି। ସେହିପରି ୧୨ଟି ୱାର୍ଡରେ ନଗରପାଳ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪୩ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ୧୬ଟି ବୁଥ୍‌ରେ ମୋଟ ୧୩,୫୨୦ ଭୋଟର ରହିଥିବା ବେଳେ ସେମାନଙ୍କ ମଧ୍ୟରେ ୬୭୭୭ ମହିଳା ଓ ୬୭୪୩ ପୁରୁଷ ଭୋଟର ନିଜ ମତ ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri