ଅତାବିରା ଏନ୍‌ଏସି ନିର୍ବାଚନ: ଚାଲିଛି ମତଦାନ

ସରଣ୍ଡା,୩ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ସକାଳ ୮ରୁ ମତଦାନ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲୁରହିବ।
ଅତାବିରା ଏନ୍‌ଏସିର ୧୨ଟି ୱାର୍ଡରେ ମତଦାନ ପାଇଁ ମୋଟ୍‌ ୧୬ଟି ବୁଥ୍‌ କରାଯାଇଛି। ପ୍ରତି ବୁଥ୍‌ରେ ଜଣେ ପ୍ରିଜାଇଡିଂ ଅଫିସର, ୪ ପୋଲିଂ ଅଫିସର ଓ ଜଣେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ସେଥିମଧ୍ୟରୁ ୭ଟି ସମ୍ବେଦନଶୀଳ, ୩ଟି ଅତି ସମ୍ବେଦନଶୀଳ ଚିହ୍ନଟ ହୋଇଛି। ଅତାବିରା ବାଳିକା ହାଇସ୍କୁଲର ୨ନଂ. ମତଦାନ କେନ୍ଦ୍ରକୁ ପିଙ୍କ୍‌ (ଗୋଲାପି) ବୁଥ୍‌ କରାଯାଇଛି। ଏହି ବୁଥ୍‌ରେ ସମସ୍ତ ନିର୍ବାଚନ କର୍ମଚାରୀ ଓ ଦଳୀୟ ଏଜେଣ୍ଟ ମହିଳା ରହିବେ ବୋଲି ନିର୍ବାଚନ ଅଧିକାରୀ ତଥା ବରଗଡ଼ ଉପଜିଲାପାଳ ଲଲାଟ ଲୁହା ପ୍ରକାଶ କରିଛନ୍ତି। ବରଗଡ଼ ଏସ୍‌ପି ପି. ଏସ୍‌. ମିନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ନେତୃତ୍ୱରେ ଏଡିଏମ୍‌ ମିର୍ଦ୍ଧା ଟପ୍ପୋ, ନିର୍ବାଚନ ଅଧିକାରୀ ତଥା ଉପଜିଲାପାଳ ଲଲାଟ ଲୁହା, ପଦ୍ମପୁର ଉପଜିଲାପାଳ ସଦାକର କୁମ୍ଭାର, ସାଧାରଣ ନିର୍ବାଚନ ପର୍ଯ୍ୟବେକ୍ଷକ ନୃସିଂହ ଚରଣ ସ୍ବାଇଁ, ଅତାବିରା ବିଡିଓ ପ୍ରମୋଦ କୁମାର ମେହେର ପ୍ରମୁଖ ନିର୍ବାଚନ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

କର୍ମୀଙ୍କ ମନ ଜିଣୁଛି ପ୍ରାର୍ଥୀଙ୍କ ଭାଇରାଲ୍‌ ଭାଷଣ

ଖଇରା,୬ା୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଜୋରଦାର ପ୍ରଚାରରେ ଲାଗିପଡ଼ିଛନ୍ତି। ଏଥର ଏଠାରେ ତ୍ରିମୁଖି ପ୍ରତିଦ୍ୱନ୍ଦିତା ହେବ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri