Posted inଜାତୀୟ

ସାସାରାମରେ ଥମୁନି ହିଂସା, ପୁଣି ବୋମା ବିସ୍ଫୋରଣ

ସାସାରାମ,୩।୪: ବିହାର ରାଜ୍ୟ ଏବେ ହିଂସାର ନିଆଁରେ ଜଳୁଛି। ରାମ ନବମୀ ଦିନରେ ହୋଇଥିବା ହିଂସା ପରେ ଅନେକ ଜିଲାରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ରବିବାର ସାସାରାମ ଥାନାର ଶେରଗଞ୍ଜ ଅଞ୍ଚଳରେ ଏକ ମସଜିଦ ନିକଟରେ ବୋମା ପ୍ରସ୍ତୁତି ସମୟରେ ହଠାତ୍‌ ବିସ୍ଫୋରଣ ହୋଇଥିଲା। ସେଠାରେ ପୁଣିଥରେ ସୋମବାର ସକାଳ ପ୍ରାୟ ୪ଟାରେ ଏକ ଘରେ ଅଚାନକ ବିସ୍ଫୋରଣ ହୋଇଛି। ଫଳରେ ସମ୍ପୂର୍ଣ୍ଣ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଏହି ଘଟଣା ପରେ ଡିଏମ ଓ ଏସପି ସେମାନଙ୍କ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଏହି ଘଟଣା ସାସାରାମ ନଗର ଥାନା ଅଞ୍ଚଳରେ ଥିବା ମୋଚି ଟୋଲାର ଏକ ଘରେ ହୋଇଛି। ଏଠାରେ ହଠାତ୍‌ ଏକ ଘରେ ବୋମା ବିସ୍ଫୋରଣ ହେବାରୁ ସମ୍ପୂର୍ଣ୍ଣ ଘରଟି ଦୋହଲି ଯାଇଥିଲା। ଖବର ପାଇ ତୁରନ୍ତ ଡିଏମ ଓ ଏସପି ଘଟଣା ସ୍ଥଳରେ ପହଞ୍ଚିବା ସହ ଦଙ୍ଗା ନିରୋଧ ଦଳ ଓ ଏସଏସବି ଦ୍ୱାରା ଫ୍ଲାଗ ମାର୍ଚ୍ଚ କରାଯାଉଛି। କୁହାଯାଉଛି କି କେତେଜଣ ଅସାମାଜିକ ବ୍ୟକ୍ତି ଘର ନିକଟରେ ଏହି ବିସ୍ଫୋରଣ କରିଛନ୍ତି। ତେବେ ଘରର ବାହାର କାନ୍ଥରେ ଏହି ବୋମାକୁ ପକାଯାଇଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଥିବା ବେଳେ ସାସାରାମ ନଗରରେ ଏହା ଦ୍ୱିତୀୟ ବିସ୍ଫୋରଣ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri