ଟିଡିସିସିଓଏଲ୍‌ର ଉପାଧ୍ୟକ୍ଷ ହେଲେ ଦିଲୀପ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ.): ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀମାନଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମର ବିଭିନ୍ନ ପଦବୀ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳର ଦିଲୀପ ପ୍ରଧାନ ରାଜ୍ୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି।

ନିଗମ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସୋମବର ବିଭିନ୍ନ ପଦବୀ ପାଇଁ ମତଦାନ ହୋଇଥିଲା। ଦିଲୀପଙ୍କ ଘର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତର ଦୁର୍ଗମ ଗ୍ରାମ କୁମ୍ଭାରମୁଣ୍ଡା ଅଞ୍ଚଳରେ। ସେ ୨୦୦୭ରୁ ୨୦୧୨ ପର୍ଯ୍ୟନ୍ତ କିରିକୁଟି ପଞ୍ଚାୟତରେ ସମିତିସଭ୍ୟ ଭାବେ କାର୍ଯ୍ୟ ସମ୍ପାଦନା କରିଛନ୍ତି। ସେହିପରି ପୂର୍ବରୁ ବିଜେଡିର ବ୍ଲକ ସଭାପତି ଓ ଏବେ ପୁଣି ସେ ବ୍ଲକ କାର୍ଯ୍ୟକାରୀ ସଭାପତି ଦାୟିତ୍ୱରେ ରହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ନିର୍ବାଚିତ ହେବା ପରେ ତାଙ୍କୁ ଜିଲା ବିଜେଡି ସଭାପତି ସରୋଜ କର୍ଣ୍ଣଙ୍କ ସମେତ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ନୂତନ ଭାବେ ଟିଡିସିସିଓଏଲ୍‌ର ଉପାଧ୍ୟକ୍ଷ ପଦବୀ ପାଇବା ପରେ ଦିଲୀପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏପରି କି ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ସାଲୁଗା ପ୍ରଧାନ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, କୋରାପୁଟ ଜିଲା ସଭାପତି ତଥା ନିର୍ବାଚନ ପର୍ଯ୍ୟବେକ୍ଷକ ଈଶ୍ୱର ପାଣିଗ୍ରାହୀ ଓ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri