ଭୁବନେଶ୍ୱର,୩।୪(ବ୍ୟୁରୋ)- ରାଜ୍ୟ ବିକାଶରେ ଶିକ୍ଷକଙ୍କ ଭୂମିକା ସର୍ବାଧିକ ଥିବାବେଳେ ସେମାନଙ୍କୁ ଚୁକ୍ତିଭିିତ୍ତିକ କର୍ମଚାରୀଭାବେ ରଖି ଗଣଶିକ୍ଷା ବିଭାଗ ଅପମାନିତ କରୁଛି ବୋଲି ଓଡ଼ିଶା ଟିଚର୍ସ ଫେଡ଼େରେଶନ(ଓଟିଏଫ୍) ପକ୍ଷରୁ କୁହାଯାଇଛି। ରାଜ୍ୟରୁ ଚୁକ୍ତି ଭିିତ୍ତିକ ନିଯୁକ୍ତି ପ୍ରଥା ଉଚ୍ଛେଦ ନେଇ ଘୋଷଣା ହୋଇଛି। ଘୋଷଣାକୁ ୬ ମାସ ବିତିଯାଇଥିଲେ ମଧ୍ୟ ଗଣଶିକ୍ଷା ବିଭାଗ ଚୁକ୍ତିଭିିତ୍ତିକ ମାଧ୍ୟମିକ ଶିକ୍ଷକଙ୍କୁ ନିୟମିତ କରିବାରେ ଅହେତୁକ ବିଳମ୍ବ କରୁଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଛାଡ଼ି ଅନ୍ୟ ସମସ୍ତ ପ୍ରାରମ୍ଭିକ ନିଯୁକ୍ତ ସରକାରୀ କର୍ମଚାରୀ ନିୟମିତ ହୋଇସାରିଲେଣି। ବାରମ୍ବାର ଆନ୍ଦୋଳନ, ଧାରଣା, ଅଭିଯୋଗ, ବିଭାଗୀୟ ଅଧିକାରୀଙ୍କ ସହିତ ଆଲୋଚନା ପରେ ବି ବିଭାଗ ନିୟମିତ ନିର୍ଦ୍ଦେଶନାମା ବାହାର କରିବା ବଦଳରେ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି ବୋଲି ଓଟିଏଫ୍ ପକ୍ଷରୁ ପ୍ରଭାକର ଜୟସିଂହ, ଚିରଞ୍ଜନ ସାହୁ ପ୍ରମୁଖ ଅଭିଯୋଗ କରିଛନ୍ତି। ଶୀଘ୍ର ନିୟମିତ ଚିଠି ପ୍ରକାଶ କରା ନ ଗଲେ ଶିକ୍ଷକମାନେ ଶ୍ରେଣୀ ଶିକ୍ଷାଦାନ ବର୍ଜନ କରିବେ ବୋଲି ଓଟିଏଫ ଚେତାବନୀ ଦେଇଛି।
ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…
ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...
ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ
ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...
୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ପୁରୀ,୩୧ା୧୨(ଅଜିତ୍ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...
ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ
କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...
ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...
ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ
ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...
Archives


