Posted inଜାତୀୟ

ସ୍ତ୍ରୀ ସହ ଝଗଡ଼ା ହେବାରୁ ଝିଅକୁ ହତ୍ୟା କଲେ ନୃଶଂସ ବାପା

ଶ୍ରୀନଗର,୩ା୪: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲାରେ ୮ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ନାବାଳିକାଙ୍କ ବାପା ତାଙ୍କ ହତ୍ୟାକାରୀ ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ୪୫ ବର୍ଷୀୟ ମହମ୍ମଦ ଇକ୍‌ବାଲଙ୍କୁ ପୋଲିସ ହତ୍ୟା ଅଭିଯୋଗରେ ଗିରଫ କରିଛି। ଏନେଇ ସୋମବାର ବରିଷ୍ଠ ପୋଲିସ ଅଧିକ୍ଷକ କୁପଓ୍ବାଡା ଯୁଗଲ ମନହାସ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ସମୟରେ ଇକ୍‌ବାଲ ନିଜ ଅପରାଧକୁ ସ୍ବୀକାର କରିଛନ୍ତି ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୯ରେ ଇକ୍‌ବାଲ ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରିବା ପରେ ସେ ଏକ ଛୁରି ନେଇ ଘରୁ ବାହାରିଯାଇଥିଲେ। ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ଝିଅ ଅଟକାଇଥିଲେ। ତେବେ ୮ ବର୍ଷର ଝିଅ ତାଙ୍କ ପାଖ ଛାଡ଼ି ନ ଥିଲା। ଏପରିକି ଇକ୍‌ବାଲ ଝିଅକୁ ୧୦ଟଙ୍କା ଦେଇ ଟଫି କିଣିବାକୁ ଯିବାକୁ କହିଥିଲେ ମଧ୍ୟ ସେ ଯାଇ ନ ଥିଲା। ଫଳରେ ସେ ଆତ୍ମହତ୍ୟା କରି ନ ପାରି ଉତ୍‌କ୍ଷିପ୍ତ ହୋଇ ଇକ୍‌ବାଲ ଝିଅକୁ ଶ୍ୱାସରୁଦ୍ଧ କରି ହତ୍ୟା କରିବା ପରେ ତଣ୍ଟି କାଟିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri