ବିଷ ଦେଇ ୬ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ ୬ କୁକୁରଙ୍କୁ ହତ୍ୟା କରାଯାଇଛି। ଏଥିମଧ୍ୟରେ ୩ ଛୁଆ ଥିବାବେଳେ ୩ ମା’ କୁକୁର ଅଛନ୍ତି। ଏଥିସହ ଆଉଏକ ମାଈ କୁକୁର ମଧ୍ୟ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କଥା କହିପାରୁ ନ ଥିବା ଏହି ବିଶ୍ୱସ୍ତ ପ୍ରାଣୀ କୁକୁରଙ୍କ ଉପରେ ମଣିଷର ଏପରି ନିଷ୍ଠୁରତାକୁ ନେଇ ପ୍ରାଣୀପ୍ରେମୀମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏନେଇ ପିପୁଲ ଫର୍‌ ଆନିମାଲ ସଂସ୍ଥାର ପ୍ରତିଷ୍ଠାତା ଜୀବନ ବଲ୍ଲଭ ଦାସ ଥାନାରେ ଏତଲା ଦେଇଛନ୍ତି। ପୋଲିସ ତାଙ୍କ ଏତଲାକୁ ଭିତ୍ତି କରି ଏକ ମାମଲା (ନଂ.୯୮/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଥାନାଧିକାରିଣୀ ପ୍ରିୟଦର୍ଶିନୀ ନନ୍ଦ କହିଛନ୍ତି, କୁକୁରମାନଙ୍କୁ କେହି ଖାଦ୍ୟରେ ବିଷ ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଓଡ଼ିଶା କୃଷି ଓ ବୈଷୟିକ ବିଦ୍ୟାଳୟ(ଓୟୁଏଟି)ରେ ୬ ମୃତ କୁକୁରଙ୍କ ବ୍ୟବଚ୍ଛେଦ କରାଯାଇଛି। ଏହାର ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ତେବେ ଘଟଣା ସଂକ୍ରାନ୍ତରେ ସ୍ଥାନୀୟ ଅଞ୍ଚଳରେ ପଚରାଉଚରା କରାଯିବା ସହ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ ତଦନ୍ତ ଆଗକୁ ବଢ଼ିବ ବୋଲି ସେ କହିଛନ୍ତି।
ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ରବିବାର ରାତି ପ୍ରାୟ ୧୨ଟାବେଳେ ମା’ କୁକୁରମାନେ କେଉଁଠୁ ମାଂସ ପୁଣ୍ଟିକୁ ଖାଇ ଆସି ବାନ୍ତି କରି ସେମାନଙ୍କ ଛୁଆକୁ ଦେଇଥିଲେ। ଏହାପରେ ଛୁଆ କୁକୁର ତାହାକୁ ଖାଇଥିଲେ। କିଛି ସମୟ ମଧ୍ୟରେ ଗୋଟିକ ପରେ ଗୋଟିଏ କୁକୁର ଓ ଛୁଆ ଛଟପଟ ହୋଇ ମରିଯାଇଥିଲେ। ଏଭଳି ନୃଶଂସ ତଥା ଅମାନୁଷିକ କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସ୍ଥାନୀୟ ବାସିନ୍ଦା ଓ ଅଭିଯୋଗକାରୀ ଜୀବନ ବଲ୍ଲଭ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri