Posted inଜାତୀୟ

ଷ୍ଟାଲିନ୍‌ଙ୍କ ସାମାଜିକ ନ୍ୟାୟ ସମ୍ମିଳନୀରେ ବିରୋଧୀ ଏକାଠି

ଚେନ୍ନାଇ, ୪।୪: ଆସନ୍ତାବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକାଠି କରିବାକୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ତଥା ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ଅଣ୍ଟା ଭିଡ଼ିଛନ୍ତି। ସୋମବାର ସେ ଡାକିଥିବା ସାମାଜିକ ନ୍ୟାୟ ବୈଠକରେ ଅଧିକାଂଶ ବିରୋଧୀ ଦଳ ନେତା ଏକାଠି ହୋଇଥିଲେ। ବୈଠକ ପଛରେ କୌଣସି ରାଜନୈତିକ ଉଦ୍ଦେଶ୍ୟ ନାହିଁ। ସାମାଜିକ ନ୍ୟାୟ ଆନ୍ଦୋଳନକୁ ଆଗେଇନେବା ଲାଗି ଏହା ଏକ ପ୍ରୟାସ ବୋଲି ଡିଏମ୍‌କେ ନେତା କହିଛନ୍ତି। ତେବେ ଏହାକୁ ଏକ ରାଜନୈତିକ ମଞ୍ଚ କହିବାରେ କୁଣ୍ଠା ନାହିଁ ବୋଲି ତୃଣମୂଳ କଂଗ୍ରେସ ନେତା ଡେରେକ୍‌ ଓ’ ବ୍ରିଏନ୍‌ କହିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଏହି ମଞ୍ଚରେ ସାମିଲ ହେବାକୁ ସେ ଆହ୍ବାନ ଦେଇଛନ୍ତି। ୨/୩ଟି ଦଳ ଭାଜପା ବିରୋଧରେ ଲଢ଼ିବାକୁ ଚାହୁଁନାହାନ୍ତି। ତେବେ ଦୂରେଇ ରହିବା ସମୟ ନୁହେଁ। ବିଜେଡି ଏବଂ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିକୁ ବିରୋଧୀ ଦଳଗୁଡ଼ିକ ସହ ଏକାଠି ହେବାକୁ ପଡ଼ିବ ବୋଲି ଟିଏମ୍‌ସି ନେତା କହିଛନ୍ତି।
ସାମାଜିକ ନ୍ୟାୟ ଉପରେ ଭର୍ଚୁଆଲି ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟନ୍ତ୍ରୀ ଫାରୁକ୍‌ ଅବଦୁଲ୍ଲା, ଅଖିଳେଶ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଟିଏମ୍‌ସି ନେତା ଡେରେକ୍‌ ଓ’ ବ୍ରିଏନ, ବାମଦଳ ନେତା ସୀତାରାମ ୟେଚୁରୀ ଏବଂ ଡି. ରାଜା ଯୋଗ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି, କେ. ଚନ୍ଦ୍ରଶେଖର ରାଓଙ୍କ ଭାରତ ରାଷ୍ଟ୍ର ସମିତି ଏବଂ ଶରଦ ପାଓ୍ବାରଙ୍କ ଏନ୍‌ସିପି ମଧ୍ୟ ଏହି ମଞ୍ଚରେ ସାମିଲ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହେବା ପରେ ବିରୋଧୀଙ୍କୁ ଏକାଠି କରିବା ଲାଗି ଏହା ପ୍ରଥମ ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri