Posted inଜାତୀୟ

୧୨୦ ଏସ୍‌ଟି ପ୍ରସ୍ତାବ ସମର୍ଥନରେ ରିପୋର୍ଟ ଆବଶ୍ୟକ: କେନ୍ଦ୍ର

ନୂଆଦିଲ୍ଲୀ, ୪।୪: ରାଜ୍ୟ ଅନୁସୂଚିତ ଜନଜାତି (ଏସ୍‌ଟି) ତାଲିକାରେ ସାମିଲ ଲାଗି ଓଡ଼ିଶା ସରକାର ଦେଇଥିବା ୧୬୯ଟି ପ୍ରସ୍ତାବକୁ ପ୍ରାରମ୍ଭିକ ଭାବେ ଅନୁଧ୍ୟାନ କରାଯାଇଛି। ୧୨୦ଟି ପ୍ରସ୍ତାବ ଉପରେ ଅଧିକ ସମର୍ଥନ ରିପୋର୍ଟ ଆବଶ୍ୟକ। ରାଜ୍ୟ ସରକାର ୧୨୦ଟି ପ୍ରସ୍ତାବ ଉପରେ ଆନୁଷଙ୍ଗିକ ତଥ୍ୟ/ସମର୍ଥନ ରିପୋର୍ଟ ଯୋଗାଇଦେବା ଆବଶ୍ୟକ ବୋଲି ବିଭାଗୀୟ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ଲୋକ ସଭାରେ କହିଛନ୍ତି। ବରିଷ୍ଠ ବିଜେଡି ଏମ୍‌ପି ପିନାକୀ ମିଶ୍ରଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହା କହିଥିଲେ। ଏସ୍‌ଟି ତାଲିକାରେ ଉପରୋକ୍ତ ସମ୍ପ୍ରଦାୟଗୁଡ଼ିକୁ ସାମିଲ କରା ନ ଯିବାର କାରଣ କ’ଣ ବୋଲି ପିନାକୀ ପ୍ରଶ୍ନ କରିଥିଲେ। ରାଜ୍ୟ ଏସ୍‌ଟି ତାଲିକାରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରିବା ଲାଗି ବିଜେଡି ଏମ୍‌ପିମାନେ ଦାବି ଉଠାଇଥିଲେ। ଉକ୍ତ ପ୍ରସ୍ତାବ ମଧ୍ୟରୁ କେତେକ ନୂଆ, ଆଉ କେତେକ ଉପ-ଜନଜାତି ଏବଂ ଅନ୍ୟ କେତେକରେ ଉଚ୍ଚାରଣଗତ ଭିନ୍ନତା ରହିଛି। ଏହି ସମ୍ପ୍ରଦାୟଗୁଡ଼ିକ ଅନୁସୂଚିତ ଜନଜାତିଙ୍କ ପାଇଁ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ବୋଲି ବିଜେଡି ଏମ୍‌ପି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri