Odisha Elections 2024

ସମର୍ଥ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଉଦ୍ୟମ

ବ୍ରଜରାଜନଗର,୫।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ତଥା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିବା ନାବାଳକ ସମର୍ଥ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅମିତ ଶର୍ମା ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଗିରଫ ଅମିତ ଓ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଜେରା ପାଇଁ ଝାରସୁଗୁଡ଼ା ସେକେଣ୍ଡ ବାଟାଲିଅନରେ ରଖିଥିଲା। ପୂର୍ବାହ୍ନରେ ଅମିତ କୌଣସି କାରଣରୁ ରହୁଥିବା କୋଠରୀର ବାଥ୍‌ରୁମ୍‌ରେ ଲାଗିଥିବା ଦର୍ପଣ ଭାଙ୍ଗି ଭଙ୍ଗା କାଚରେ ନିଜ ହାତ, ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। କର୍ତ୍ତବ୍ୟରତ ପୋଲିସ କର୍ମଚାରୀ ତୁରନ୍ତ ତାଙ୍କୁ ଉଦ୍ଧାର କରି କଡ଼ା ସୁରକ୍ଷା ବଳୟ ଭିତରେ ଡାକ୍ତରଖାନା ନେଇଥିଲେ। ସେଠାରେ ଚିକିତ୍ସିତ ହେବା ପରେ ତାଙ୍କୁ ଜେଲକୁ ପଠାଯାଇଥିବା ଆରକ୍ଷୀ ଅଧୀକ୍ଷକ ସ୍ମିଥ ପରମାର ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଝାରସୁଗୁଡ଼ା ସରବହାଲର ସୁମିତ ଅଗ୍ରୱାଲଙ୍କ ପୁଅ ସମର୍ଥ ଅଗ୍ରୱାଲ (୧୫)ଙ୍କୁ ୫୦ଲକ୍ଷ ଟଙ୍କା ପାଇଁ ଗତ ୨୮ତାରିଖରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଅମିତଙ୍କ ସହ ଦିନେଶ ଅଗ୍ରଓ୍ବାଲଙ୍କୁ ଗିରଫ କରିଛି। ଇତିମଧ୍ୟରେ ପୋଲିସ ଉଭୟ ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କରିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri