‘ସକ୍ରିୟ ଭୂମିକା ଗ୍ରହଣ କରିବାକୁ ଆହ୍ବାନ’

ଭୁବନେଶ୍ୱର,୫।୪ ଓଡ଼ିଶା ରିଅଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି (ଓରେରା)ର ବିଭିନ୍ନ ପ୍ରକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କମ୍ପାନୀ ସେକ୍ରେଟାରିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବେ ବୋଲି ଓରେରାର ପ୍ରଶାସନିକ ସଦସ୍ୟ ପ୍ରଦୀପ କୁମାର ବିଶ୍ବାଳ ମତପ୍ରକାଶ କରିଛନ୍ତି। ଏପରିକି ଭାରତୀୟ କମ୍ପାନୀ ସେକ୍ରେଟାରି ପ୍ରତିଷ୍ଠାନର ଭୁବନେଶ୍ବର ଶାଖା ପକ୍ଷରୁ ଆୟୋଜିତ ଏକ ଦିନିକିଆ କର୍ମଶାଳାରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଓରେରା ଆଇନ ସମ୍ପର୍କରେ ସିଏସମାନଙ୍କ ଭୂମିକା ଶୀର୍ଷକ ବିଷୟରେ ବିଶ୍ବାଳ ଓରେରା ଆଇନ ଅଧୀନରେ କିପରି ସିଏସ୍‌ମାନଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି, ତା’ର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରିଥିଲେ। ସେହିଭଳି କମ୍ପାନୀ ସେକ୍ରେଟାରିମାନଙ୍କର ଉଚିତ ପରାମର୍ଶ ଓ ମାର୍ଗଦର୍ଶନ ରିୟଲ ଇଷ୍ଟେଟ କ୍ଷେତ୍ରକୁ ବ୍ୟବସ୍ଥିତ କରିବାରେ ବେଶ୍‌ ସହାୟକ ହେବ ବୋଲି ବିଶ୍ୱାଳ ମତ ପ୍ରକାଶ କରିଥିଲେ। ଅପରପକ୍ଷରେ ସଂସ୍ଥାର ଅଧ୍ୟକ୍ଷ ବିମଳ ପ୍ରସାଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କର୍ମଶାଳାରେ ବହୁ ବରିଷ୍ଠ ସଦସ୍ୟଙ୍କ ସହ ତରୁଣ ଶିକ୍ଷାନବିସଗଣ ମଧ୍ୟ ଯୋଗ ଦେଇ ଆଲୋଚନାରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ପରିଶେଷରେ ଅନୁଷ୍ଠାନର ବରିଷ୍ଠ ସଦସ୍ୟା ସୁରଭି ମହାପାତ୍ର ବିଶ୍ୱାଳକୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri