ଆଜି ହିନ୍ଦୋଳ ଏନ୍‌ଏସି ଫଳାଫଳ

ଢେଙ୍କାନାଳ ଅଫିସ,୫ା୪: ସରିଛି ନିର୍ବାଚନ। ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ଭୋଟର। ୩ ନଗରପାଳ ପ୍ରାର୍ଥୀଙ୍କ ସମେତ ମୋଟ ୫୩ ଜଣଙ୍କ ଭାଗ୍ୟ ଇଭିଏମ୍‌ରେ କଏଦ ହୋଇଥିବାବେଳେ ବୁଧବାର ବାହାରିବ ଫଳାଫଳ। ଏହାକୁ ନେଇ ଉଷ୍ମ ହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ରାଜନୈତିକ ବାତାବରଣ।
ମତଦାନ ପରେ ହିନ୍ଦୋଳ ଏନ୍‌ଏସି କାର୍ଯ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ ଇଭିଏମ୍‌ଗୁଡ଼ିକୁ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି। ବୁଧବାର ପୂର୍ବାହ୍ନ ୮ଟାରେ ଭୋଟ ଗଣତି ଆରମ୍ଭ ହେବ। ନଗରପାଳ ପ୍ରାର୍ଥୀ ଏବଂ କାଉନ୍‌ସିଲର ପ୍ରାର୍ଥୀଙ୍କ ଗଣନା ପାଇଁ ପୃଥକ୍‌ ଟେବୁଲ୍‌ ରହିବ। ମୋଟ ୧୬ ବୁଥ୍‌ ଅନୁଯାୟୀ ୧୬ ରାଉଣ୍ଡ ଗଣନା ହେବ। ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଫଳାଫଳ ଜଣାପଡ଼ିବ ବୋଲି ଆଶା କରାଯାଉଥିବା ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିବା ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି। ଭୋଟ ଗଣତି ସମୟରେ ରାଜନୈତିକ ଦଳ ପକ୍ଷରୁ ମନୋନୀତ ଏଜେଣ୍ଟ ଉପସ୍ଥିତ ରହିବେ। ଗଣତି ଲାଗି କର୍ମଚାରୀ ଏବଂ ପରିଚାଳନା ଅଧିକାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୫ ଇନ୍ସପେକ୍ଟର, ୨୨ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ସହିତ ୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବା ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଭୁବନ ଏନ୍‌ଏସି ନିର୍ବାଚନରେ ନଗରପାଳ ପଦବୀରେ ୩ ଏବଂ କାଉନ୍‌ସିଲର ପଦବୀରେ ୫୦ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୋଟ ୯,୮୬୩ ଭୋଟରଙ୍କ ମଧ୍ୟରୁ ୮,୬୪୧ ଜଣ ମତଦାନ ସାବ୍ୟସ୍ତ କରିଛନ୍ତି। ବୁଧବାର ଫଳାଫଳ ହିନ୍ଦୋଳ ଏନ୍‌ଏସିର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଥିବାବେଳେ ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri