ସୁରକ୍ଷା ପରିଷଦ ବୈଠକ ଡକାଇଲା ରୁଷିଆ: ଆମେରିକା-ବ୍ରିଟେନ କଲେ ଗୃହତ୍ୟାଗ…

ମସ୍କୋ,୬।୪ : ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଅଧ୍ୟକ୍ଷତା ବର୍ତ୍ତମାନ ରୁଷିଆ କରୁଛି। ୟୁକ୍ରେନ ସହିତ ଯୁଦ୍ଧ ଜାରି ରହିଥିବା ସମୟରେ ରୁଷିଆ ସୁରକ୍ଷା ପରିଷଦର ସଭାପତିତ୍ୱ ପାଇଛି। ନିଜର ଅଧ୍ୟକ୍ଷତାରେ ରୁଷିଆ ସୁରକ୍ଷା ପରିଷଦର ଏକ ବୈଠକ ଡକାଇଛି। ୟୁକ୍ରେନର ଯୁଦ୍ଧଗ୍ରସ୍ତ ଅଞ୍ଚଳରୁ ପିଲାମାନଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରିବା ଏହାର ପ୍ରସଙ୍ଗ ଥିଲା।

ତେବେ ଆମେରିକା, ବ୍ରିଟେନ, ଆଲବେନିଆ, ମାଲ୍ଟା ସମେତ ଅନେକ ଦେଶ ଏହି ବୈଠକ ସମୟରେ ଗୃହତ୍ୟାଗ କରିଛନ୍ତି। ଏହି ଦେଶଗୁଡିକ କହିଛନ୍ତି ରୁଷିଆ ଜଣେ ଯୁଦ୍ଧ ଅପରାଧୀ। ଏଭଳି ପରିସ୍ଥିତିରେ ରୁଷିଆ ଅଧ୍ୟକ୍ଷତାରେ ଏକ ବୈଠକ କରିବା ଠିକ ନୁହେଁ। ଏହି ଦେଶଗୁଡିକର କୂଟନୀତିଜ୍ଞମାନେ ମିଳିତ ଜାତିସଂଘର ସମ୍ମିଳନୀ କକ୍ଷ ଛାଡିଥିଲେ ଯେଉଁଠାରେ ରୁଷିଆର ରାଷ୍ଟ୍ରଦୂତ ମାରିଆ ଲଭୋଭା-ବେଲୋଭା ଏହି ବିଷୟରେ ଆଲୋଚନା କରୁଥିଲେ।

ମିଳିତ ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଲିଣ୍ଡା ଥୋମାସ-ଗ୍ରୀନଫିଲ୍ଡ କହିଛନ୍ତି, ୱେବକାଷ୍ଟକୁ ଅବରୋଧ କରିବାରେ ଆମେରିକା ବ୍ରିଟେନ ସହିତ ସାମିଲ ହୋଇଛି। ଗ୍ରୀନଫିଲ୍ଡ କହିଛନ୍ତି, ରୁଷିଆ ଏହି ଅନ୍ତର୍ଜାତୀୟ ପ୍ଲାଟଫର୍ମକୁ ୟୁକ୍ରେନରେ କରାଯାଇଥିବା ଖରାପ କାର୍ଯ୍ୟକୁ ରକ୍ଷା କରିବା ପାଇଁ ବ୍ୟବହାର କରୁଛି। ଏହା ଠିକ ନୁହେଁ । ଅନ୍ତର୍ଜାତୀୟ କୋର୍ଟ ଅଫ ଜଷ୍ଟିସ ଦ୍ୱାରା ରୁଷିଆ ବିରୋଧରେ ଘୋଷିତ ଦଣ୍ଡ ବିଷୟରେ ଆମେରିକା ମଧ୍ୟ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri