ବିଲରେ କାମ କରୁଥିବା ବେଳେ ବଜ୍ରପାତ: ଜଣେ ମୃତ, ଜଣେ ଗୁରୁତର

କୋକସରା,୬ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ ଚାଷ ଜମିକୁ କାମ କରିବାକୁ ଯାଇଥିବା ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମର ମହେନ୍ଦ୍ର ଧରୁଆଙ୍କ ପୁଅ ପ୍ରଦୀପ (୨୦)ଙ୍କ ବଜ୍ରପାତରେ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଗୁନୁ ମାଝିଙ୍କ ପୁଅ ଯୋଗେଶ୍ୱର (୨୪) ଗୁରୁତର ହୋଇଥିଲେ। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ସହାୟତାରେ ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ସ୍ଥାନୀୟ ସରପଞ୍ଚ ଧର୍ମାନନ୍ଦ ସେଠିଆ ଏନେଇ କୋକସରା ପୋଲିସକୁ ଜଣାଇବା ପରେ କୋକସରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଦୀପଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ଆଣିଛି। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ହେବା ନେଇ ପୋଲିସ ସୂଚନା ଦେଇଛି। ଏନେଇ କୋକସରା ପୋଲିସ ୩/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ତଦନ୍ତକାରୀ ପୋଲିସ ଏସ୍‌ଆଇ ଉଷା ହରିଜନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି...

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର...

ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

‘ସମସ୍ତ ଉଠାଦୋକାନୀ ଥଇଥାନ ହେବେ’

ଭୁବନେଶ୍ୱର, ୩୦।୪ (ବନ୍ଦନା ସେଠୀ):ଭୁବନେଶ୍ୱରରେ ଥିବା ୧୦୦ ଉଠାଦୋକାନୀ ସଂଘର ସଭାପତି ଓ ସମ୍ପାଦକଙ୍କୁ ନେଇ ସୋମବାର ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାଗୃହରେ ଏକ ଜରୁରିକାଳୀନ...

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ...

ଓଡ଼ିଶାରୁ ମାୟାନଗରୀ ଲମ୍ବିଛି ରାହୁଲଙ୍କ ନିଶା କାରବାର

ଭୁବନେଶ୍ୱର,୩୦।୪(ସୂର୍ଯ୍ୟକାନ୍ତ ବେହେରା):ଭୁବନେଶ୍ୱରସ୍ଥିତ ଝାରପଡା ଜେଲ ପରିସରରୁ ଧରାପଡିଥିବା ଗଞ୍ଜେଇ ର଼୍ୟାକେଟର ମୁଖ୍ୟ ବାରିପଦାର ରାହୁଲ ସେଠୀଙ୍କ ତିନିଦିନିଆ ରିମାଣ୍ଡ ଶେଷ ହୋଇଛି। ସୋମବାର ତାଙ୍କୁ ପୁଣି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri