Odisha Elections 2024

କଶ୍ମୀରର ଭ୍ରମ ସୃଷ୍ଟି କରୁଛି ଆମପାଣି

କୋକସରା,୬ା୪(ଡି.ଏନ୍‌.ଏ.):  କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା ପଞ୍ଚାୟତ ଅଞ୍ଚଳରେ ପ୍ରବଳ ଝଡ଼ ସହ କୁଆପଥର ବର୍ଷା ହୋଇଛି। ଆମପାଣି ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଥିବା ବଡ଼ ବଡ଼ ଗଛ ଭାଙ୍ଗି ଯିବାରୁ କିଛି ସମୟ ପାଇଁ ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଏମିତି କୁଆପଥର ବର୍ଷା ବିଗତ କିଛି ବର୍ଷ ମଧ୍ୟରେ କେବେ ହୋଇ ନ ଥିବା ନେଇ ଗ୍ରାମବାସୀ କହିଛନ୍ତି।

ଅନ୍ୟପକ୍ଷରେ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗ୍ରାମର କେତୁଚନ୍ଦ୍ର ମାଝି, ଅଖିଳ ମାଝି, ଅଭିନ ମାଝି, ଋଷିମଣି ମାଝି, କୁମଚନ୍ଦ୍ର ମାଝିଙ୍କ ଘର କୁଆପଥର ମାଡ଼ରେ ବର୍ଷା ଚାଳ ଛପର ଓ ଆଜବେଷ୍ଟସ୍‌ ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଥିବା ନେଇ ଆମପାଣି ନାଏବ ସରପଞ୍ଚ ଭବାନୀ ଶଙ୍କର ପୁରୋହିତ ଅଭିଯୋଗ କରିବା ସହ ସେମାନଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ଯୋଗାଇ ଦେବାକୁ କହିଛନ୍ତି। ତେବେ ରାସ୍ତାରେ ବିଛାଇ ପଡ଼ିଥିବା କୁଆପଥର ଆସ୍ତରଣ ଦେଖି ସ୍ଥାନୀୟ ଲୋକେ କିଛି ସମୟ ପାଇଁ ମଜା ମଧ୍ୟ ଉଠାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ଆମ୍ବ ତୋଳିବାକୁ ଯାଇଥିଲେ: ହେଲା ବଜ୍ରପାତ

ଟିକିରି/ରାୟଗଡ଼ା,୨୦।୫(ପ୍ରଫୁଲ୍ଲ କୁମାର ବେହେରା/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ନକଟିଗୁଡା ପଞ୍ଚାୟତ ସାନମାଟିକଣା ଗାଁରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ମହିଳାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri