ବରପୁତ୍ରଙ୍କୁ ଅସମ୍ମାନ କରା ନ ଯାଉ: ଧର୍ମେନ୍ଦ୍ର

ଭୁବନେଶ୍ବର, ୭ା୪(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ଅନୁଗୋଳର ଗୋପବନ୍ଧୁ ପାର୍କରେ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନା ନେଇ ଉପୁଜିଥିବା ବିବାଦରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଓଡ଼ିଶା ପ୍ରଶାସନ ପୂର୍ବପୁରୁଷଙ୍କୁ ସମ୍ମାନ କରନ୍ତୁ କି ନ କରନ୍ତୁ କିନ୍ତୁ ଅସମ୍ମାନ କରନ୍ତୁ ନାହିଁ ବୋଲି ଧର୍ମେନ୍ଦ୍ର ଟୁଇଟ୍‌ କରି କହିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଏହି ଘଟଣାକୁ ଦୁଃଖଦାୟକ କହିବା ସହ ଓଡ଼ିଶାର ମହାନ୍‌ ବିଭୂତିଙ୍କ ପ୍ରତିମୂର୍ତ୍ତି ସ୍ଥାପନା ବେଳେ ପ୍ରଶାସନ ଅଧିକ ସମ୍ବେଦନଶୀଳ ଓ ଯତ୍ନବାନ୍‌ ହେବା ଆବଶ୍ୟକ। ଅନୁଗୋଳ ପ୍ରଶାସନ ଦ୍ୱାରା ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ ବାରମ୍ବାର ବିକୃତ ପ୍ରତିମୂର୍ତ୍ତି ସ୍ଥାପନ ଲୋକଙ୍କୁ ମାନସିକ ଭାବେ ଆଘାତ ଦେଇଛି। ପ୍ରଶାସନ ଯଥାଶୀଘ୍ର ଚୌଧୁରୀଙ୍କ ପରିବାର ଓ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବରପୁତ୍ରଙ୍କ ଠିକ୍‌ ପ୍ରତିମୂର୍ତ୍ତି ନିର୍ମାଣ କରି ପୁନଃ ସ୍ଥାପନ କରିବା ସହ ଯଥୋଚିତ ସମ୍ମାନ ଦେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri