ଜିଲାପାଳ ଧାନତଳି ରୋଇବା ପ୍ରସଙ୍ଗ ଟୁଇଟ୍‌ କରି ନବୀନ, ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଛତ୍ରପୁର,୩୧ା୭(ଡି.ଏନ.ଏ)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଭରସା ଗାଁର ଏକ ଜମିରେ ଧାନତଳି ରୋଇଥିଲେ। ଏ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ମଙ୍ଗଳବାର ନିଜ ଟୁଇଟର୍‌ ଆକାଉଣ୍ଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ଜିଲାପାଳଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଜିଲାପାଳ କୁଲାଙ୍ଗେ ଚାଷୀଙ୍କ ସହ ମିଶି ଧାନ ରୋଇବା ଏବଂ ଧାଡି ରୁଆର ଉପାଦେୟତା ସମ୍ପର୍କରେ ବୁଝାଇବା ତାଙ୍କ ଉସତ୍ର୍ଗୀକୃତ ସେବାର ପରିଚୟ। ଲୋକଙ୍କ ନିକଟତର ହୋଇ ସେମାନଙ୍କ ପାଇଁ କାମ କରୁଥିବାରୁ ଜିଲାପାଳଙ୍କୁ ସାଧୁବାଦ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟର ଆକାଉଣ୍ଟରେ ଲେଖିବା ସହ ତାଙ୍କ ଫେସବୁକ୍‌ ଆକାଉଣ୍ଟରେ ମଧ୍ୟ ଏ ସମ୍ପର୍କରେ ପୋଷ୍ଟ କରିଛନ୍ତି। ଉକ୍ତ ପୋଷ୍ଟକୁ ଜିଲାପାଳ ଡିଏମ ଗଞ୍ଜାମ ଓ ବିଜୟ ଏ କୁଲାଙ୍ଗେ ୨ଟି ଫେସବୁକ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ପ୍ରସଙ୍ଗ ଉପରେ ଟୁଇଟ କରିଛନ୍ତି ଜିଲାପାଳ କ୍ଷେତରେ ଚାଷୀଙ୍କ ସମସ୍ୟା ବୁଝିବା ଗଣମାଧ୍ୟମରୁ ଜାଣିବାକୁ ପାଇଲି। ପ୍ରଶାସନିକ ଅଧିକାରୀମାନେ ଲୋକଙ୍କ ସହ ମିଶି ସେମାନଙ୍କ ସମସ୍ୟା ସହ ଜଡିତ ହେଲେ ସମସ୍ୟାର ସମାଧାନ ପାଇଁ ରାସ୍ତା ବାହାରିବ ବୋଲି ଧର୍ମେନ୍ଦ୍ର ଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ବେଗୁନିଆପଡା ବ୍ଲକରେ ଅଭିଯୋଗ ଶୁଣାଣି ସାରି ଜିଲାପାଳ ଫେରିବା ବେଳେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଭରସା ଗାଁ ନିକଟ କ୍ଷେତରେ ଚାଷୀଙ୍କ ସହ ମିଶି ଧାନ ତଳି ରୋଇଥିଲେ। ଏଥିସହ ସେଠାରେ ଉପସ୍ଥିତ ମହିଳା ଚାଷୀମାନଙ୍କ ସହ ଖରିଫ୍‌ ଫସଲ ଋଣ ଓ ଫସଲ ବୀମା ସମ୍ପର୍କରେ ଆଲୋଚନା କରିଥିଲେ। କୃଷି ଋଣ ଓ ଫସଲ ବୀମା ସମ୍ପର୍କରେ କିଭଳି ସମସ୍ତ ଚାଷୀ ଅବଗତ ହୋଇପାରିବେ ଏବଂ ଏଥିରେ ସାମିଲ ହେବେ ସେସମ୍ପର୍କରେ ସଚେତନ କରିବାକୁ ସେଠାରେ ଉପସ୍ଥିତ କୃଷି ଉପନିର୍ଦ୍ଦେଶକ ଓ ବ୍ଲକ କୃଷି ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...

ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…

ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri