୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ହେବ ସ୍ବାସ୍ଥ୍ୟ ଉପକେନ୍ଦ୍ର

ବରଗଡ଼ ଅଫିସ, ୭।୪: ବରଗଡ଼ ବ୍ଲକ ତୋରା ଗ୍ରାମରେ ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ହେବ। ଏ ନେଇ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ ଶୁକ୍ରବାର ଭୂମି ପୂଜନ କରିଛନ୍ତି । ତୋରାଠାରେ ଏକ ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଅଞ୍ଚଳବାସୀ ବିଧାୟକ ଆଚାର୍ଯ୍ୟଙ୍କଠାରେ ବାରମ୍ବାର ଦାବି କରି ଆସୁଥିଲେ । ତେବେ ବିଧାୟକ ଜନ ସାଧାରଣଙ୍କ ଏହି ନ୍ୟାର୍ଯ୍ୟ ଦାବିକୁ ହୃଦୟଙ୍ଗମ କରି ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାର ଏହି ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ପାଇଁ ଆର୍ଥିକ ମଞ୍ଜୁରୀ ପ୍ରଦାନ କରିବା ପରେ ଅଞ୍ଚଳବାସୀଙ୍କ ମନରେ ଆନନ୍ଦର ଲହରୀ ଖେଳି ଯାଇଛି । ଭୂମି ପୂଜନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଧାୟକ ଆଚାର୍ଯ୍ୟ ଏହି ସ୍ବାସ୍ଥ୍ୟ ଉପକେନ୍ଦ୍ର ନିର୍ମାଣ ଫଳରେ ଅଞ୍ଚଳବାସୀ ପ୍ରାଥମିକ ଚିକିତ୍ସା ଓ ସ୍ବାସ୍ଥ୍ୟ ସେବା ପାଇ ପାରିବେ ବୋଲି କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ବ୍ଲକ ଉପାଧ୍ୟକ୍ଷ ଉମେଶ ପଣ୍ଡା, ଜିଲା ପରିଷଦ ଉପାଧ୍ୟକ୍ଷ ମୋହନ ଲୁହା, ସ୍ଥାନୀୟ ସରପଞ୍ଚ ଦେବରାଜ ସାହୁ, ଜମୁର୍ଡା ସରପଞ୍ଚ ପଦ୍ମଲୋଚନ ପ୍ରଧାନ, ସୁରୁ ସାହୁ, ବଳରାମ ନନ୍ଦ, ସୁକାନ୍ତ ରାଉତ, ସୌରଙ୍ଗ ଧାରୁଆଙ୍କ ସମେତ ବହୁ ମାନ୍ୟଗଣ୍ୟ ଲୋକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri