ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ

ବାଉଁଶୁଣୀ,୭।୪(ଡି.ଏନ୍‌.ଏ.): ଦଣ୍ଡୁଆଙ୍କ ପନିକି ଚୋଟରେ ମହିଳାଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ବୌଦ୍ଧ ଜିଲା ବାଉଁଶୁଣୀ ଥାନା ତାଳେସରଡା ପଞ୍ଚାୟତ ପଲସପାଟ ଗ୍ରାମରେ । ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ପଲସପାଟ ଗ୍ରାମରେ ଚାରିଶମ୍ଭୁ ଦଣ୍ଡ ଯାତ୍ରା ଚାଲୁଥିବା ସମୟରେ ହଠାତ ଜଣେ ବ୍ୟକ୍ତି ପନିକି ଧରି ଗ୍ରାମର ସୂର୍ଯ୍ୟକାନ୍ତି ପ୍ରଧାନ(୩୫) ନାମକ ଜଣେ ମହିଳାଙ୍କୁ ଆକ୍ରମଣ କରିଥିଲା । ବ୍ୟକ୍ତି ଜଣକ ଚାରିଶମ୍ଭୁ ଦଣ୍ଡରେ ଆସିଥିବା ଜଣେ ଦଣ୍ଡୁଆ ବୋଲି କୁହାଯାଉଛି । ଅଭିଯୁକ୍ତ ଜଣକ ତାଳେସରଡା ପଞ୍ଚାୟତ କମ୍ପାରା ଗ୍ରାମର ଉଗ୍ରସେନ ସେଠୀ ବୋଲି ଜଣାପଡିଛି । ଆକ୍ରମଣରେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହତ୍ୟା ଅଭିଯୁକ୍ତଙ୍କୁ ଗ୍ରାମବାସୀ କାବୁ କରି ନିସ୍ତୁକ ମାଡମାରିଥିବା ଜଣାପଡିଛି । ଏ ଘଟଣାକୁ ନେଇ ଗ୍ରାମରେ ଚାପାଉତ୍ତେଜନା ଦେଖାଦେଇଛି । ଖବର ପାଇ ବାଉଁଶୁଣୀ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା ଜାରିରଖିଛି । ଅନ୍ୟପଟେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ବାଉଁଶୁଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri