ବିଜେଡିର ରଣନୀତି ପ୍ରସ୍ତୁତି

ବ୍ରଜରାଜନଗର,୮ା୪ (ଡି.ଏନ.ଏ.): ଝାରସୁଗୁଡାର ଏକ ହୋଟେଲରେ ଶୁକ୍ରବାର ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ବିଜେଡି ପକ୍ଷରୁ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲା ପର୍ଯ୍ୟବେକ୍ଷକ ସାରଦା ନାୟକ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଉପସଭାପତି ଦେବୀପ୍ରସାଦ ମିଶ୍ର, ଝାରସୁଗୁଡା ଉପନିର୍ବାଚନ ଲାଗି ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ପ୍ରମୁଖ ଯୋଗଦେଇ ଦଳର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଜିଲାର ଲଇକେରା, କୋଲାବିରା, କିର୍ମିରା ଓ ଝାରସୁଗୁଡା ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ୱାର୍ଡମେମ୍ବର, ବ୍ରଜରାଜନଗର, ବେଲପାହାଡ଼ ଅଞ୍ଚଳର ଅଧ୍ୟକ୍ଷଙ୍କୁ ଡକାଯାଇ ସେମାନଙ୍କ ମତାମତ ନିଆଯାଇଥିଲା। ବିଶେଷକରି ସ୍ବର୍ଗତ ନବ ଦାସ ଓ କିଶୋର ମହାନ୍ତିଙ୍କ ଯେଉଁ ଗୋଷ୍ଠୀ ସବୁ ରହିଛି ସମସ୍ତଙ୍କୁ ଗୋଟିଏ ଛାତ ତଳେ ବସାଇ ଦଳ ପାଇଁ କାର୍ଯ୍ୟ କରିବା ଉପରେ ଦଳୀୟ ପଦାଧିକାରୀ ଗୁରୁତ୍ୱ ଦେଇଥିଲେ। ନାମାଙ୍କନପତ୍ର ଦାଖଲ ପୂର୍ବରୁ ପ୍ରତ୍ୟେକ ପଞ୍ଚାୟତରେ ସଭା କରି କର୍ମୀମାନଙ୍କୁ ଏକତ୍ରିତ କରାଇବା ପାଇଁ ନିର୍ବାଚିତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri