Posted inଜାତୀୟ

ଆଜି ତେଲଙ୍ଗାନା-ତାମିଲନାଡୁ ଗସ୍ତ କରିବେ ମୋଦି, ୨ଟି ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୨ଦିନିଆ ଦକ୍ଷିଣ ଭାରତର ତିନୋଟି ରାଜ୍ୟ ଗସ୍ତ କରିବେ। ଏହି ଦୁଇ ଦିନରେ ପ୍ରଧାନମନ୍ତ୍ରୀ ମୋଦି ତେଲଙ୍ଗାନା ଏବଂ ତାମିଲନାଡୁ ଯିବେ ଏବଂ ଏହି ସମୟ ମଧ୍ୟରେ ସେ ରାଜ୍ୟମାନଙ୍କୁ ଅନେକ ଉପହାର ଦେବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କର୍ନାଟକ ଯିବେ। ତେବେ କର୍ନାଟକ ନିର୍ବାଚନ ତାରିଖ ଘୋଷଣା ପରେ ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ ହେବ।

ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ତେଲଙ୍ଗାନା ଯିବେ। ଶୁକ୍ରବାର ସକାଳ ପ୍ରାୟ ୧୧.୪୫ରେ ସେ ତେଲଙ୍ଗାନାର ସିକନ୍ଦରାବାଦ ରେଳ ଷ୍ଟେଶନରେ ପହଞ୍ଚିବେ। ଏଠାରୁ ସେ ସିକନ୍ଦରାବାଦ-ତିରୁପତି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଏହାପରେ ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଆୟୋଜିତ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ସମୟରେ ସେ ଏମ୍ସ ବିବିନ୍‌ଗରର ଭିତ୍ତି ପ୍ରସ୍ତର, ପାଞ୍ଚଟି ଜାତୀୟ ରାଜପଥ ପ୍ରକଳ୍ପ ଏବଂ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେଶନର ପୁନଃବିକାଶ ପାଇଁ ମୂଳଦୁଆ ପକାଇବେ। ସେହିପରି ଅପରାହ୍ନ ୩ଟାରେ ଚେନ୍ନାଇ ବିମାନବନ୍ଦରରେ ପହଞ୍ଚି ସେଠାରେ ନୂତନ ଇଣ୍ଟିଗ୍ରେଟେଡ ଟର୍ମିନାଲ ବିଲଡିଂର ଉଦ୍‌ଘାଟନ କରିବେ। ସେଠାରୁ ବାହାରି ଅପରାହ୍ନ ୪ଟାରେ ଏମ୍‌ଜିଆର ଚେନ୍ନାଇ କେନ୍ଦ୍ରୀୟ ରେଳ ଷ୍ଟେଶନରେ ପହଞ୍ଚିବେ। ଯେଉଁଠାରେ ସେ ଚେନ୍ନାଇ-କୋଏମ୍ବାଟୁର ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri