ସବୁ ବୁଥ୍‌ରେ ହେବ ଓ୍ବେବ୍‌ କାଷ୍ଟିଂ

ଭୁବନେଶ୍ୱର,୮ା୪(ବ୍ୟୁରୋ): ଚଳିତ ଥର ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀରେ ଥିବା ସମସ୍ତ ବୁଥ୍‌ରେ ଶତ ପ୍ରତିଶତ ୱେବ୍‌ କାଷ୍ଟିଂର ବ୍ୟବସ୍ଥା କରାଯିବ। ଏଥିସହିତ ଉପନିର୍ବାଚନରେ ପ୍ରାର୍ଥୀମାନେ ସେମାନଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ଜନସାଧାରଣଙ୍କ ଅବଗତି ନିମନ୍ତେ ଅତିକମ୍‌ରେ ୩ ଥର ଗଣମାଧ୍ୟମ ଜରିଆରେ ପ୍ରଚାର ପ୍ରସାର କରିବେ। ସେହିପରି ସମ୍ପୃକ୍ତ ରାଜନୈତିକ ଦଳଗୁଡ଼ିକ ମଧ୍ୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନିଜ ପ୍ରାର୍ଥୀମାନଙ୍କ ଅପରାଧ ସମ୍ପର୍କରେ ଗଣମାଧ୍ୟମରେ ଅତିକମ୍‌ରେ ୩ ଥର ନିର୍ଦ୍ଧାରିତ ସମୟ ବ୍ୟବଧାନରେ ପ୍ରଚାର ପ୍ରସାର କରାଇ ଜନସାଧାରଣଙ୍କୁ ଅବଗତ କରାଇବେ। ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏ ନେଇ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ଅବଗତ କରାଇଛନ୍ତି।
ଶୁକ୍ରବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଭାରତ ନିର୍ବାଚନ ଆୟୋଗଙ୍କ ଉପନିର୍ବାଚନ ଘୋଷଣା ଅନୁସାରେ ଏପ୍ରିଲ ୧୩ରେ ଉପନିର୍ବାଚନ ପାଇଁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଏପ୍ରିଲ ୨୦ରେ ନାମାଙ୍କନପତ୍ର ଦାଖଲ ଶେଷ ହେବ। ମେ’ ୧୦ରେ ଭୋଟ ଗ୍ରହଣ ଏବଂ ୧୩ରେ ଭୋଟ ଗଣନା କରାଯିବ। ଉପନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀ ଓ ରାଜନୈତିକ ଦଳଗୁଡ଼ିକର ଷ୍ଟାର ପ୍ରଚାରକମାନେ ଯେଉଁସବୁ ଗାଡ଼ି ବ୍ୟବହାର କରିବେ ପୂର୍ବରୁ ସେମାନେ ଜିଲା ନିର୍ବାଚନ ଅଧିକାରୀଙ୍କଠାରୁ ଅନୁମତି ନେଇ ନିର୍ବାଚନ ପ୍ରଚାରରେ ବ୍ୟବହାର କରିପାରିବେ। ପ୍ରାର୍ଥୀମାନେ କିମ୍ବା ରାଜନୈତିକ ଦଳ ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ମାଇକରେ ପ୍ରଚାର କରିପାରିବେ ନାହିଁ। ବୈଠକରେ ଏନ୍‌ସିପିରୁ ବିକ୍ରମ ସ୍ବାଇଁ, ବିଏସ୍‌ପିରୁ ମଧୁସୂଦନ ଯାଦବ, ସିପିଆଇ(ଏମ୍‌)ର ଦୁଷ୍ମନ୍ତ କୁମାର ଦାସ, କଂଗ୍ରେସର ଶିବାନନ୍ଦ ରାୟ, ଭାଜପାର ସଜନ ଶର୍ମା, ଅନିତା ଶୁଭଦର୍ଶିନୀ ଓ ଠାକୁର ରଞ୍ଜିତ ସିଂହ, ବିଜେଡିର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ସହ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri