ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ

ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି। ଆସନ୍ତା ବୁଧବାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକରଣ କରିବାର ଶେଷ ତାରିଖ ଥିବାବେଳେ ମଙ୍ଗଳବାର ସୁଦ୍ଧା ଜିଲାର ୪୫ ହଜାର ୪୭୩ ଜଣ ଚାଷୀ ପଞ୍ଜୀକୃତ ହୋଇଥିବା ଜିଲା କୃଷି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ବନ୍ୟା, ବାତ୍ୟା, ଧୋଇ ଓ ମରୁଡ଼ିରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଯୋଗାଇ ଦେବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଆରମ୍ଭ କରାଯାଇଥିଲା। କିନ୍ତୁ ଯୋଜନା ଆରମ୍ଭ ଦିନଠାରୁ ଅନୁଗୋଳ ଜିଲାର ଚାଷୀମାନେ ଏଥିପ୍ରତି ଆଗ୍ରହ ପ୍ରକାଶ କରି ନ ଥିବା ଦେଖିବାକୁ ମିଳିଥିଲା। ଏହି ଯୋଜନାରେ ସାମିଲ ହେବା ପାଇଁ ଜିଲା ଉପ କୃଷି ନିର୍ଦ୍ଦେଶାଳୟ ଠାରୁ ଆରମ୍ଭ କରି ବ୍ଲକ କୃଷି କାର୍ଯ୍ୟାଳୟର ଅଧିକାରୀମାନେ ଚାଷୀମାନଙ୍କୁ ବୁଝାଇ ବୁଝାଇ ନୟାନ୍ତ ହେଉଥିଲେ। ହେଲେ ଗତବର୍ଷ ଜିଲାର ବିଭିନ୍ନ ବ୍ଲକ ଅଧିକାରୀଙ୍କ ଉପରେ ଚାପ ପଡ଼ିବାରୁ ମାତ୍ର ୪ ହଜାର ୫୪୨ ଜଣ ଚାଷୀ ନିଜ ନାମ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ପଞ୍ଜୀକରଣ କରିଥିଲେ। ଚଳିତ ବର୍ଷ ଜିଲାରେ ୧୫ ହଜାର ଚାଷୀଙ୍କ ନାମ ବୀମା ଯୋଜନାରେ ସାମିଲ କରିବାକୁ ଜିଲା କୃଷି ଉପନିର୍ଦ୍ଦେଶାଳୟ ପକ୍ଷରୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ମରୁଡ଼ି ଚିନ୍ତା ଯୋଗୁ ଉକ୍ତ ଟାର୍ଗେଟ ପୂରଣ ହୋଇ ପଞ୍ଜୀକରଣ ସଂଖ୍ୟା ୩ଗୁଣ ଅର୍ଥାତ୍‌ ୫୦ ହଜାର ଛୁଇଁବାକୁ ବସିଲାଣି। ବୁଧବାର ପଞ୍ଜୀକରଣର ଶେଷ ତାରିଖ ଥିବାବେଳେ ଆହୁରି ଅନେକ ଚାଷୀ ଏଥିରେ ସାମିଲ ହେବାକୁ ଆବେଦନ କରିବେ ବୋଲି ସୂଚନା ମିଳିଛି। ଏପରି ସ୍ଥିତି ଜିଲାରେ ପ୍ରଥମ ଥର ବୋଲି ଜିଲା କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri