Posted inଜାତୀୟ

ଜେଡିଏସ୍‌କୁ ବଡ଼ ଝଟକା: ଇସ୍ତଫା ଦେଲେ ଅବ୍‌ଦୁଲ

ବେଙ୍ଗାଲୁରୁ,୮ା୪: ୨୦୨୩ କର୍ନାଟକ ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ପରିବର୍ତ୍ତନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷିରେ ଜେଡିଏସ୍‌କୁ ଏକ ବଡ଼ ଝଟକା ଲାଗିଛି। ଜେଡିଏସ୍‌ ନେତା ଅବ୍‌ଦୁଲ ଅଜିଜ୍‌ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନରସିଂହରାଜ ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିକେଟ ମାଗିଥିଲେ। ହେଲେ ଟିକେଟ ନ ମିଳିବାରୁ ସେ ଈର୍ଷାନ୍ବିତ ହୋଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ସୂଚନା ମିଳଛି। ଏପରିକି ଅବ୍‌ଦୁଲ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଚିବ ଏବଂ ସଭାପତିଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି।
ସୂଚନାନୁସାରେ, ଅବ୍‌ଦୁଲଙ୍କ ଇସ୍ତଫା ପରେ ଜେଡିଏସ୍‌ ପକ୍ଷରୁ ଉକ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ। ଅନ୍ୟପକ୍ଷେ ଅବ୍‌ଦୁଲ ତାଙ୍କ ସମର୍ଥକଙ୍କ ସହ ଶନିବାର ବେଙ୍ଗାଲୁରୁରେ କଂଗ୍ରେସ ବିଧାନସଭା ଦଳର ନେତା ସିଦ୍ଦାରମେୟାଙ୍କୁ ଭେଟିଛନ୍ତି। ଏହି ବୈଠକ ପରେ ସେ ଖୁବ୍‌ଶୀଘ୍ର କଂଗ୍ରେସରେ ଯୋଗଦେବାର ସମ୍ଭାବନା ଦେଖାଦେଇଛି।
ବିରୋଧୀ କଂଗ୍ରେସ ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଜେଡିଏସ୍‌ ବର୍ତ୍ତମାନ ସୁଦ୍ଧା ୯୩ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ହେଲେ ଭାଜପା ଏପର୍ଯ୍ୟନ୍ତ ପ୍ରଥମ ତାଲିକା ଘୋଷଣା କରିନାହିଁ। ଉଲ୍ଲେଖଯୋଗ୍ୟ, ମେ ୧୦ରେ କର୍ନାଟକରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୧୩ରେ ଭୋଟ ଗଣନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ...

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ...

ଚଳନ୍ତା ଟ୍ରକକୁ ପଛପଟୁ ଧକ୍କା ଦେଲା ଆଉ ଏକ ଟ୍ରକ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ପଟ୍ଟାଙ୍ଗି, ୨୩।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ପଡାଲଗୁଡା ଛକ ଉପରେ ଚଳନ୍ତା ଟ୍ରକକୁ ଅନ୍ୟ ଏକ ଟ୍ରକ ପଛ...

ଟ୍ରାକ୍ଟରକୁ ଧକ୍କାଦେଲା ପିକ୍‌ନିକ୍‌ ବସ୍, ୨୦ ଆହତ

ସୋନପୁର: କୁହୁଡି ପାଇଁ ଦୁର୍ଘଟଣା । ସକାଳୁ ସକାଳୁ ବିନିକାରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଏନ୍‌ଏଚ୍ ୧୨୬ (A)ରେ ପିକ୍‌ନିକ୍‌ ବସ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri