୧୧ରେ ବିଶ୍ୱ ଛେନାପୋଡ଼ ଦିବସ

ନୟାଗଡ଼ ଅଫିସ, ୯।୪: ଆସନ୍ତା ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧ ପୂର୍ବାହ୍ନ ୧୧ଟାରେ ଜିଲାର ସବୁ ସରକାରୀ କାର୍ଯ୍ୟାଳୟରେ ଛେନାପୋଡ଼ କାଟି ଉତ୍ସବ ପାଳନ କରିବାକୁୁ ଜିଲାପାଳ ରବୀନ୍ଦ୍ର ନାଥ ସାହୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାର ଫଟୋ ଉତ୍ତୋଳନ କରି ଟିମ୍‌ ନୟାଗଡ଼ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ପୋଷ୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ଛେନାପୋଡ଼ ପ୍ରସ୍ତୁତକର୍ତ୍ତା ସ୍ବର୍ଗତ ସୁଦର୍ଶନ ସାହୁଙ୍କ ଜନ୍ମ ଦିବସ ଏପ୍ରିଲ ୧୧ରେ ଏହି ଉତ୍ସବ ପାଳନ କରାଯିବ। ଏନେଇ ଜିଲାପାଳଙ୍କ ଅଫିସ ପକ୍ଷରୁ ଏସ୍‌ପି, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ଜିଲାସ୍ତରୀୟ ଲାଇନ୍‌ ବିଭାଗର ଅଧିକାରୀ, ତହସିଲଦାର ଓ ବିଡିଓ, ଏନ୍‌ଏସି ଓ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ, ସିଡିପିଓ, ଡିଏଫ୍‌ଓ, ଜିଲା ଶିକ୍ଷା ବିଭାଗ ପରି ବିଭାଗୀୟ କାର୍ଯ୍ୟାଳୟରେ ଛେନାପୋଡ଼ ଦିବସ ପାଳନ କରିବାକୁ ଚଠି ହୋଇଛି।
ଏନେଇ ଜିଲାପାଳ ରବୀନ୍ଦ୍ର ନାଥ ସାହୁ କୁହନ୍ତି, ଛେନାପୋଡ଼ ହେଉଛି ନୟାଗଡ଼ର ଅନ୍ୟତମ ପରିଚୟ। ଛେନାପୋଡ଼କୁ ଜିଆଇ ମାନ୍ୟତା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଆଇ ଟ୍ୟାଗ୍‌ର ଚେନ୍ନାଇ ଅଫିସକୁ ପ୍ରସ୍ତାବ ଦିଆଯାଇଛି। ଅନ୍ୟପକ୍ଷେ ଏପ୍ରିଲ ୧୧କୁ ସରକାରୀ ଭାବେ ବିଶ୍ୱସ୍ତରୀୟ ଛେନାପୋଡ଼ ଦିବସ ଭାବେ ପାଳନ କରାଯିବାକୁ ଜିଲାର ସବୁ ସରକାରୀ କାର୍ଯ୍ୟାଳୟକୁ ଚିଠି କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri