ସୁଶାନ୍ତ ସିଂଙ୍କୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୯।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରୁ ଦୂରେଇ ରଖାଯାଇଛି। ବରିଷ୍ଠ ପର୍ଯ୍ୟବେକ୍ଷକ କିମ୍ବା ବିଜେଡି ବ୍ଲକ ଓ ମ୍ୟୁନିସିପାଲିଟି ପର୍ଯ୍ୟବେକ୍ଷକ ତାଲିକାରେ ମଧ୍ୟ ତାଙ୍କ ନାମ ନାହିଁ। କେଉଁଥିପାଇଁ ତାଙ୍କୁ ଦଳର ପ୍ରମୁଖ ପରିଚାଳନା ତାଲିକାରୁ ବାଦ୍‌ ଦିଆଯାଇଛି ତାହା ଅସ୍ପଷ୍ଟ ରହିଛି। ତେବେ ଏହାକୁ ନେଇ ରାଜନୀତି ଜୋର ଧରିଛି। ଏହି ପ୍ରସଙ୍ଗକୁ ନେଇ ଭାଜପା ବିଜେଡିକୁ ଶାଣିତ ଆକ୍ରମଣ କରିଛି। ସୁଶାନ୍ତଙ୍କ ନାଁ ନ ନେଇ ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ନବ ଦାସଙ୍କ ହତ୍ୟା ପଛରେ ତାଙ୍କର ସମ୍ପୃକ୍ତି ରହିଛି ବୋଲି ବିଜେଡି ଅଫିସିଆଲି ପ୍ରମାଣ କରିଛି। ପୂର୍ବରୁ ବିରୋଧୀ ଦଳ ନେତା ଯାହା କହିଥିଲେ, ବିଜେଡି ସେହି କଥାକୁ ଅଫିସିଆଲି ସ୍ବୀକାର କରିଛି। ତାଙ୍କ ଉପରେ ଝାରସୁଗୁଡ଼ାରେ ନବ ଦାସଙ୍କ ସମର୍ଥକଙ୍କ ଆକ୍ରୋଶ ରହିଛି। ଏହି ଆକ୍ରୋଶରୁ ବିଜେଡି ବର୍ତ୍ତିବାକୁ ଚାହୁଁଛି। ଜାଣିଶୁଣି ପର୍ଯ୍ୟବେକ୍ଷକ ତାଲିକାରୁ ସେହି ନେତାଙ୍କୁ ବାଦ୍‌ ଦିଆଯାଇଛି। ଦଶାହ କାର୍ଯ୍ୟରୁ ମଧ୍ୟ କିଛି ଲୋକଙ୍କୁ ଦୂରେଇ ରଖାଯାଇଥିଲା। ନବ ଦାସ ହତ୍ୟାକାଣ୍ଡ ସହ ତାଙ୍କର ସମ୍ପୃକ୍ତି ଅଛି ବୋଲି ରାଜ୍ୟ ସରକାର ବିଶ୍ୱାସ କରୁଛନ୍ତି। ପୂର୍ବରୁ ତାଙ୍କ ନାଁରେ ଅଭିଯୋଗ ରହିଛି ବୋଲି ପୃଥ୍ବୀରାଜ କହିଛନ୍ତି।
ଅନ୍ୟପକ୍ଷରେ ବିଜେଡିର ବରିଷ୍ଠ ନେତା ତଥା ଢେଙ୍କାନାଳ ଏମ୍‌ପି ମହେଶ ସାହୁ କହିଛନ୍ତି, ଦଳ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେଉଁ ଦୃଷ୍ଟିରୁ ଏବଂ କେଉଁ କାରଣ ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ ହିଁ କହିପାରିବେ। ବିଜୁ ଜନତା ଦଳରେ ସମସ୍ତେ ଦକ୍ଷ ନେତା। କିଏ କ’ଣ କହୁଛି ତାକୁ ନେଇ କିଛି କହିହେବନାହିଁ। ନବ ଦାସ ହତ୍ୟା ମାମଲାର ତଦନ୍ତ ଚାଲିଛି। ବିରୋଧୀ ଦଳ ବହୁତ କଥା କହୁଛନ୍ତି। ଜଣେ ଆକ୍ଟିଭ ଲୋକଙ୍କୁ ସବୁବେଳେ ସବୁ ଜାଗାରେ ଦାୟିତ୍ୱ ଦିଆଯିବ କି ? ସେ ଅଞ୍ଚଳରେ ଆମର ଆହୁରି ଆକ୍ଟିଭ ଲୋକ ଅଛନ୍ତି। ଏହା ଦଳର ନିଷ୍ପତ୍ତି ହୋଇଥିବ। ଦଳର ନିଷ୍ପତ୍ତିକୁ କାର୍ଯ୍ୟକର୍ତ୍ତାମାନେ ଗ୍ରହଣ କରିବେ। ବିରୋଧୀ ଦଳ କ’ଣ ପ୍ରତିକ୍ରିୟା ଦେଲେ, ତାଙ୍କ କଥାରେ କ’ଣ ନାଚିବୁ? ବିରୋଧୀ ଦଳ କ’ଣ ଜଜ୍‌ ବୋଲି ମହେଶ ପ୍ରଶ୍ନ କରିଛନ୍ତି।
କଂଗ୍ରେସର ବରିଷ୍ଠ ନେତା ସନ୍ତୋଷ ସିଂ ସାଲୁଜା କହିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କ ନାମ ଝାରସୁଗୁଡ଼ା ଉପନିର୍ବାଚନ ବିଜେଡି ପର୍ଯ୍ୟବେକ୍ଷକ ତାଲିକାରୁ କାଟି ଦିଆଯାଇଛି। ସେ ପୂର୍ବରୁ ବିଜେପୁର, ପଦ୍ମପୁର, ବ୍ରଜରାଜନଗର ଦାୟିତ୍ୱରେ ଥିଲେ। ଗତ ଏନ୍‌ଏସି ନିର୍ବାଚନରେ ମଧ୍ୟ ତାଙ୍କୁ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ତାଙ୍କୁ ଉପନିର୍ବାଚନ ତାଲିକାରୁ ବାଦ୍‌ ଦିଆଯାଇଛି। ତାଙ୍କ ନାଁ ନବ ଦାସ ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା କୁହାଯାଉଛି। ଯଦି ସୁଶାନ୍ତ ଉପନିର୍ବାଚନକୁ ଯିବେ ତେବେ ନବ ଦାସଙ୍କ କର୍ମୀ, ତାଙ୍କ ଘର ଲୋକ ଯିଏ ପ୍ରାର୍ଥୀ ହୋଇଛନ୍ତି ସେ ମଧ୍ୟ ବିରୋଧ କରିବେ। ସେଥିପାଇଁ ତାଙ୍କୁ ଝାରସୁଗୁଡ଼ା ନିର୍ବାଚନରୁ ବାହାରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri