ପିଏମ୍‌ଏମ୍‌ଓ୍ବାଇରେ ୨୩.୨ ଲକ୍ଷ କୋଟି ମଞ୍ଜୁର

ନୂଆଦିଲ୍ଲୀ,୯।୪: ଗତ ୮ ବର୍ଷ ମଧ୍ୟରେ ଦେଶର ଲକ୍ଷାଧିକ କ୍ଷୁଦ୍ର ଓ ମଧ୍ୟମ ବର୍ଗର ଉଦ୍ୟୋଗୀମାନେ ଉନ୍ନତି କରିଥିବା ବେଳେ ଦେଶର ଅର୍ଥନୀତିରେ ମଧ୍ୟ ପ୍ରମୁଖ ଯୋଗଦାନ ହାସଲ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମତପ୍ରକାଶ କରିଛନ୍ତି। ବିଶେଷକରି ଉକ୍ତ ଯୋଜନାର ୮ମ ବାର୍ଷିକ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଅର୍ଥମନ୍ତ୍ରୀ କହିଥିଲେ, ୨୦୨୩ ମାର୍ଚ୍ଚ ୨୪ ମଧ୍ୟରେ ଦେଶର ବ୍ୟାଙ୍କିଙ୍ଗ୍‌ ଓ ଫାଇନାନ୍ସିଆଲ ସଂସ୍ଥା ଦ୍ୱାରା ପ୍ରାୟ ୪୧ ଲକ୍ଷ ହିତାଧିକାରୀଙ୍କୁ ୨୩ ଲକ୍ଷ କୋଟି ଟଙ୍କାରୁ ଅଧିକ ପରିମାଣର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା(ପିଏମ୍‌ଏମ୍‌ଓ୍ବାଇ)ରେ ୨୩.୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଦେଶର ୪୦.୮୨ ଲକ୍ଷ ହିତାଧିକାରୀଙ୍କୁ ବିଭିନ୍ନ ଆର୍ଥିକ ସଂସ୍ଥା ଦ୍ୱାରା ଋଣ ମଞ୍ଜୁର କରାଯାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ଦେଶରେ ରୋଜଗାର ସୃଷ୍ଟି କରୁଥିବା କାର୍ଯ୍ୟକଳାପ ପାଇଁ ମାଇକ୍ରୋ ଉଦ୍ୟୋଗୀମାନଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହଜ ବନ୍ଧକମୁକ୍ତ ଋଣକୁ ସହଜ କରିବାକୁ ପିଏମ୍‌ଏମ୍‌ଓ୍ବାଇ ଲକ୍ଷ୍ୟ ରଖିଛି। ଏହି ଯୋଜନା ଅଧୀନରେ ଅର୍ଥର ଆବଶ୍ୟକତା ଏବଂ ବ୍ୟବସାୟର ପରିପକ୍ୱତା ଉପରେ ଆଧାରକରି ଋଣକୁ ତିନୋଟି ଶ୍ରେଣୀରେ ବିଭକ୍ତ କରାଯାଇଛି। ସେଗୁଡ଼ିକ ହେଉଛି ଶିଶୁ (୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଋଣ), କିଶୋର (୫୦,୦୦୦ ରୁ ଅଧିକ ଏବଂ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ) ଏବଂ ତରୁଣ (୫ ଲକ୍ଷରୁ ଅଧିକ ଏବଂ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ) ଅନ୍ତର୍ଭୁକ୍ତ ରହିଛି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ପ୍ରତ୍ୟେକ ଭାରତୀୟଙ୍କ ପାଇଁ ସମୃଦ୍ଧ ତଥା ସମ୍ମାନର ଜୀବନ ସୁନିଶ୍ଚିତ କରିବାରେ ପିଏମ୍‌ଏମ୍‌ଓ୍ବାଇ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ଏପରିକି ଆଜି ଯେତେବେଳେ ଆମେ ପିଏମ୍‌ଏମ୍‌ଓ୍ବାଇ ମୁଦ୍ରା ଯୋଜନାର ୮ ବର୍ଷ ପାଳନ କରୁଛୁ, ସେତେବେଳେ ମୁଁ ଏଥିରୁ ଉପକୃତ ହୋଇଥିବା ସମସ୍ତ ଉଦ୍ୟୋଗୀଙ୍କୁ ସାଧୁବାଦ ଜଣାଉଛି। ବିଶେଷକରି ମୋଟ ଋଣର ପ୍ରାୟ ୬୯ % ମହିଳା ଉଦ୍ୟୋଗୀଙ୍କୁ ଋଣ ମଞ୍ଜୁର କରାଯାଇଛି ଏବଂ ୫୧% ଋଣ ଏସସି, ଏସଟି ଏବଂ ଓବିସି ବର୍ଗର ଋଣଦାତାଙ୍କୁ ଅନୁମତି ଦିଆଯାଇଛି।
ସୂଚନାଯୋଗ୍ୟ, ୨୦୧୫ ଏପ୍ରିଲ ୮ରେ ଆନୁଷ୍ଠାନିକ ଭାବେ ସାରା ଦେଶରେ ପିଏମ୍‌ଏମ୍‌ଓ୍ବାଇର ଶୁଭାରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri