Posted inଜାତୀୟ

ଶ୍ରୀନଗରରେ ଜି୨୦ ବୈଠକ ଲାଗି ହେଲା ତାରିଖ ଘୋଷଣା

ନୂଆଦିଲ୍ଲୀ,୯ା୪: ଚାଇନା ଏବଂ ପାକିସ୍ତାନର ବିରୋଧ ସତ୍ତ୍ୱେ ଭାରତ ଶ୍ରୀନଗରରେ ଜି୨୦ ବୈଠକ କରିବା ଲାଗି ତାରିଖ ଘୋଷଣା କରିଛି। ଶ୍ରୀନଗରରେ ଜି୨୦ର ବୈଠକ ବନ୍ଦ କରିବା ଲାଗି ପାକିସ୍ତାନ ସରକାର ସାଉଦି ଆରବ, ତୁର୍କୀ ଓ ଚାଇନା ସହ ଲବି ଚଳାଇଥିଲେ। ସେହିପରି ଅରୁଣାଚଳ ପ୍ରଦେଶରେ ଏହି ଗ୍ରୁପ୍‌ର ବୈଠକକୁ ନେଇ ଗତ ମାସରେ ବେଜିଂ ପ୍ରତିକ୍ରିୟା ସ୍ବରୂପ ଉକ୍ତ ରାଜ୍ୟର ୧୧ଟି ସ୍ଥାନର ନାଁ ବଦଳାଇଥିଲା।

ମେ’ ୨୨ରୁ ୨୪ ଶ୍ରୀନଗରରେ ଜି୨୦ର ପର୍ଯ୍ୟଟନ ଉପରେ କାର୍ଯ୍ୟକାରୀ ଗ୍ରୁପ୍‌ ବୈଠକ ଅନୁଷ୍ଠିତ ହେବ। ଅରୁଣାଚଳ ଭଳି ଶ୍ରୀନଗର ବୈଠକରେ ମଧ୍ୟ ଚାଇନା ଯୋଗଦେଇ ନ ପାରେ ବୋଲି କୁହାଯାଉଛି। ସମସ୍ତ ୨୮ ରାଜ୍ୟ ଓ ୮ କେନ୍ଦ୍ରଶାସିତ ଅଞ୍ଚଳରେ ଜି୨୦ ବୈଠକ ହେବ। ଅରୁଣାଚଳ ବୈଠକରେ ୫୦ ପ୍ରତିନିଧି ଯୋଗଦେଇଥିଲେ। ଶ୍ରୀନଗର ବୈଠକରେ ମଧ୍ୟ ଅନୁରୂପ ସଂଖ୍ୟକ ପ୍ରତିନିଧି ଯୋଗଦେବେ ବୋଲି ଆଶା କରାଯାଉଛି। କଶ୍ମୀର ଉପତ୍ୟକାରେ ମାନବାଧିକାର ଉଲ୍ଲଂଘନ ହେଉଥିବା ନେଇ ପାକିସ୍ତାନ ଅଭିଯୋଗ କରିଆସୁଥିବା ବେଳେ ଏହାକୁ ଖଣ୍ଡନ କରିବା ଲାଗି  ଜି୨୦ ବୈଠକ କରାଇବା ଭାରତ ପାଇଁ ଏକ ସୁଯୋଗ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri