Posted inଜାତୀୟ

ଡିଗ୍ରୀ ବିବାଦକୁ ପାଓ୍ବାରଙ୍କ ସମାଲୋଚନା

ମୁମ୍ବାଇ, ୧୦ା୪ : ନେତାମାନଙ୍କ ଶିକ୍ଷାଗତ ଯୋଗ୍ୟତା ପ୍ରସଙ୍ଗ ଉଠାଉଥିବା ଲୋକଙ୍କୁ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ସମାଲୋଚନା କରିଛନ୍ତି। ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଛି, ଯାହା ଉପରେ ଧ୍ୟାନ ଦିଆଯିବା ଆବଶ୍ୟକ। ଏହା ପରିବର୍ତ୍ତେ ଡିଗ୍ରୀ ପ୍ରସଙ୍ଗ ଉଠାଇ ସମୟ ବରବାଦ କରାଯାଉଛି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଲେଜ ଡିଗ୍ରୀକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ, ଶିବସେନା (ୟୁବିଟି) ନେତା ଉଦ୍ଧବ ଠାକ୍‌ରେ ଓ ଅନ୍ୟ ବିରୋଧୀ ନେତାମାନେ ପ୍ରଶ୍ନ ଉଠାଇଆସୁଥିବାବେଳେ ଏହା କ’ଣ ଏକ ରାଜନୈତିକ ପ୍ରସଙ୍ଗ କି ବୋଲି ପାଓ୍ବାର କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଡିଗ୍ରୀ ସମ୍ପର୍କିତ ତଥ୍ୟ ସର୍ବସାଧାରଣରେ ଉପଲବ୍ଧ ଥିବାବେଳେ ଅଦାଲତଙ୍କ ସମୟ ବରବାଦ କରିଥିବାରୁ ଗୁଜରାଟ ହାଇକୋର୍ଟ ନିକଟରେ କେଜ୍‌ରିଓ୍ବାଲଙ୍କୁ ୨୫ ହଜାର ଟଙ୍କା ଜରିମାନା କରିଥିଲେ।

ରବିବାର ଏକ ପ୍ରଶ୍ନର ଉତ୍ତରରେ ଏନ୍‌ସିପି ନେତା କହିଛନ୍ତି, ଦେଶରେ ବେରୋଜଗାରୀ, ଆଇନଶୃଙ୍ଖଳା, ମୁଦ୍ରାସ୍ଫୀତି ଭଳି ଅନେକ ପ୍ରସଙ୍ଗ ରହିଛି, ଯାହା ଉପରେ ଧ୍ୟାନ ଦିଆଯିବା ଜରୁରୀ। ଏହା ପରିବର୍ତ୍ତେ ନେତାମାନେ ଅଣପ୍ରସଙ୍ଗକୁ ଫୋକସ୍‌ କରୁଛନ୍ତି। କାହାର ଡିଗ୍ରୀ କ’ଣ ଏହା ରାଜନୈତିକ ପ୍ରସଙ୍ଗ ନୁହେଁ। ବେରୋଜଗାରୀ, ଆଇନଶୃଙ୍ଖଳା, ମୁଦ୍ରାସ୍ଫୀତି ଆଦିକୁ ନେଇ ସରକାରଙ୍କୁ ସମାଲୋଚନା କର। ଧର୍ମ ଓ ଜାତିକୁ ନେଇ ଲୋକଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରାଯାଉଛି। ଅଦିନିଆ ବର୍ଷାରେ ଫସଲ ନଷ୍‌ଟ ହେଉଛି। ସେଗୁଡ଼ିକ ଉପରେ ଆଲୋଚନା କରାଯାଉ ବୋଲି ପାଓ୍ବାର କହିଛନ୍ତି। ଦିନକ ପୂର୍ବରୁ ଏନ୍‌ସିପି ନେତା ଆଦାନୀ ଗ୍ରୁପ୍‌କୁ ସମର୍ଥନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri