ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ଚାକିରି

ଭବାନୀପାଟଣା,୧୦।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦେପୁର ସେକ୍ଟର ଅଧୀନ ଉପକାଭଟ୍ଟାର ଅଙ୍ଗନଓ୍ବାଡ଼ି କର୍ମୀ ଝୁନୁପମା ଶତପଥୀ ନକଲି ସ୍କୁଲ ଲିଭିଂ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗ ହୋଇଛି। ଏହା ପରେ ତାଙ୍କୁ ବହିଷ୍କାର ପାଇଁ ଭବାନୀପାଟଣା ଡିଏସ୍‌ଡବ୍ଲ୍ୟୁ ପକ୍ଷରୁ ଗ୍ରାମୀଣ ଆଇସିଡିଏସ ସିଡିପିଓଙ୍କୁ ନିର୍ଦ୍ଦେଶ ଦେବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶ ଯେ, ଉପକାଭଟ୍ଟା ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀ ଭାବେ ଝୁନୁପମା ଶତପଥୀ ନିଯୁକ୍ତି ପାଇଥିଲେ। ସେ ଭବାନୀପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରୁ ଆଣିଥିବା ସ୍କୁଲ ଲିଭିଂ ସାର୍ଟିଫିକେଟ ନକଲି ଥିବା ଜଣାପଡ଼ିବା ପରେ ଏହି ସ୍କୁଲ ପରିତ୍ୟାଗ ସାର୍ଟିଫିକେଟରେ ସ୍କୁଲରେ ୧୦।୦୩।୧୯୬୧ ଥିବାବେଳେ ଜାଲ କରି ଏହି ସାର୍ଟିଫିକେଟରେ ୧୯୬୫ ମାର୍ଚ୍ଚ ୧୦ ତାରିଖ ବୋଲି ଉଲ୍ଲେଖ କରିଥିଲେ। ଘଟଣାର ତଦନ୍ତ ପରେ ସ୍କୁଲର ପରିତ୍ୟାଗ ସାର୍ଟିଫିକେଟ ସହ ତାଳମେଳ ରହି ନ ଥିଲା। ଏହି ଘଟଣାରେ କଳାହାଣ୍ଡି ଡିଏସଡବ୍ଲ୍ୟୁ ଚିଠି ନଂ୧୯୩/୧୯।୦୧।୨୦୨୩ରେ ଝୁନୁପମାଙ୍କୁ କାର୍ଯ୍ୟରୁ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ୨୦୨୧ ଏପ୍ରିଲ ୧ରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦରମା ଟଙ୍କା ଭରଣା ପାଇଁ ପଦକ୍ଷେପ ନେବା ସହ ଅପରାଧିକ ମାମଲା ରୁଜୁ କରିବାକୁ ଭବାନୀପାଟଣା ଗ୍ରାମୀଣ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ତଦନ୍ତ ପାଇଁ ଅଞ୍ଜନ ରଥ ଜିଲାପାଳଙ୍କୁ ଲିଖିତ ଭାବେ ଅଭିଯୋଗ କରିଥିଲେ। ଘଟଣା ପ୍ରଘଟ ହେବା ପରେ ନକଲି ସାର୍ଟିଫିକେଟ ଥିବା ବହୁ ଅଙ୍ଗନଓ୍ବାଡି କର୍ମୀ ଓ ଅନ୍ୟ ବିଭାଗୀୟ କର୍ମଚାରୀଙ୍କ ମଧ୍ୟରେ ଏବେ ଛନକା ପଶିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri