Posted inଜାତୀୟ

ସ୍ବାମୀଙ୍କୁ ଡରୁଆ-ବେକାର କହିବା, ମାତାପିତାଙ୍କ ଠାରୁ ଅଲଗା କରିବା ହୋଇ ପାରିବ ଛାଡ଼ପତ୍ରର ଆଧାର: ହାଇକୋର୍ଟ…

କୋଲକାତା,୧୦।୪ : ଏକ ଛାଡ଼ପତ୍ର ମାମଲାର ଶୁଣାଣି ବେଳେ କଲିକତା ହାଇକୋର୍ଟ କହିଛନ୍ତି ଯେ ମାନସିକ ନିର୍ଯାତନା ଆଧାରରେ ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କଠାରୁ ଛାଡପତ୍ର ପାଇପାରିବେ। ଯଦି ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ମାତାପିତାଙ୍କଠାରୁ ଅଲଗା ହେବାକୁ ବାଧ୍ୟ କରନ୍ତି କିମ୍ବା ତାଙ୍କୁ ଡରୁଆ ଏବଂ ବେକାର ବୋଲି କୁହନ୍ତି, ତେବେ ସ୍ବାମୀ ମଧ୍ୟ ଛାଡପତ୍ର ଦେଇପାରନ୍ତି । ସୁଷମା ପାଲ ମଣ୍ଡଳଙ୍କର ଛାଡପତ୍ର ମାମଲାର ଶୁଣାଣି ବେଳେ ହାଇକୋର୍ଟ କହିଛନ୍ତି ସ୍ବାମୀଙ୍କୁ ତାଙ୍କ ପିତାମାତାଙ୍କୁ ଛାଡ଼ି ଅନ୍ୟ କୌଣସି ସ୍ଥାନରେ ରହିବାକୁ କହିବା ମଧ୍ୟ ମାନସିକ ନିର୍ଯାତନା। ଏହିପରି କାର୍ଯ୍ୟକଳାପ କ୍ରୁରତା ଏବଂ ଆଇନଗତ ଛାଡ଼ପତ୍ରର ଆଧାର ହୋଇ ପାରିବ।

ଛାଡପତ୍ର ମାମଲାରେ ରାୟ ପ୍ରଦାନ କରୁଥିବାବେଳେ କଲିକତା ହାଇକୋର୍ଟର ଜଷ୍ଟିସ ସୋମେନ ସେନ ଏବଂ ଜଷ୍ଟିସ ଉଦୟ କୁମାରଙ୍କ ଏକ ଡିଭିଜନ ବେଞ୍ଚ ସ୍ପଷ୍ଟ ଭାବରେ କହିଛନ୍ତି, ଜଣେ ବ୍ୟକ୍ତି କେବଳ ତାଙ୍କ ସ୍ତ୍ରୀଙ୍କ ଦ୍ୱାରା ମାନସିକ ନିର୍ଯାତନା ଦିଆଯାଉଥିବାର ପ୍ରମାଣ ଦର୍ଶାଇ ଛାଡପତ୍ର ମାମଲା ଦାଖଲ କରିପାରିବେ। ବେଞ୍ଚ କହିଛନ୍ତି ଯେ ଘରୋଇ ସମସ୍ୟା ଏବଂ ଆର୍ଥିକ ଆବଶ୍ୟକତା ପୂରଣ କରିବାରେ ବିବାଦ ବ୍ୟତୀତ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଅନ୍ୟ କୌଣସି ପ୍ରକାର ସମ୍ପର୍କ ନାହିଁ। ଅନ୍ୟପକ୍ଷରେ ସ୍ବାମୀ ତାଙ୍କ ପିତାମାତାଙ୍କ ଘରୁ ଶାନ୍ତିପୂର୍ଣ୍ଣ ଜୀବନ ପାଇଁ ଅନ୍ୟ ଏକ ଭଡା ଘରକୁ ଯାଇଥିଲେ। ଏନେଇ ସ୍ତ୍ରୀ ତାଙ୍କୁ ବାଧ୍ୟ କରିଥିଲେ। ସ୍ବାମୀ ଏନେଇ ଛାଡ଼ପତ୍ର ପାଇଁ ଆବେଦନ କରିପାରିବେ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri