ବିଦେଶରେ ମଧ୍ୟ ନିଯୁକ୍ତି ଦେବୁ: ମନ୍ତ୍ରୀ

ଭୁବନେଶ୍ବର, ୧୧ା୪(ବ୍ୟୁରୋ): ଶିଳ୍ପ କ୍ଷେତ୍ରର ଅଭିବୃଦ୍ଧି ନିମନ୍ତେ ରାଜ୍ୟ ସରକାର ଏକ ପ୍ରଗତିଶୀଳ ଇକୋସିଷ୍ଟମ ପ୍ରତିଷ୍ଠା ପାଇଁ ବିଭିନ୍ନ ପରିବର୍ତ୍ତନମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଟେକ୍ନିକାଲ ଆଣ୍ଡ ଭୋକେଶନାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଟିଭିଇଟି) ଇକୋ-ସିଷ୍ଟମରେ ‘ସ୍କିଲ ଇନ୍‌ ଓଡ଼ିଶା’ ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ଭାବେ ମାନ୍ୟତା ପାଇଛି। ରାଜ୍ୟର ଏହି ମହତ୍ତ୍ୱାକାଂକ୍ଷୀ ଦୃଷ୍ଟିକୋଣ ଏବଂ ସମସ୍ତ ହିତାଧିକାରୀଙ୍କ ଅକ୍ଳାନ୍ତ ଉଦ୍ୟମ ଯୋଗୁ ସ୍କିଲ୍‌-ଇନ୍‌-ଓଡ଼ିଶା ତାଲିମଦାତାଙ୍କୁ ୨୦୧୯ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାରତରୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିବାରେ ସକ୍ଷମ କରିଛି ବୋଲି ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ କହିଛନ୍ତି।
ଗୀତଗୋବିନ୍ଦ ସଦନଠାରେ ଗଣମାଧ୍ୟମକୁ ସମ୍ବୋଧିତ କରି ଘଡ଼େଇ କହିଛନ୍ତି, ସ୍କିଲ୍‌-ଇନ୍‌-ଓଡ଼ିଶା ବ୍ରାଣ୍ଡ୍‌କୁ ଅଧିକ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ରାଜ୍ୟର ଯୁବକମାନଙ୍କୁ କେବଳ ଦେଶ ଭିତରେ ନୁହେଁ, ବିଦେଶରେ ମଧ୍ୟ ନିଯୁକ୍ତି ଦେବା ପାଇଁ ଓଡ଼ିଶା ସରକାର ଚେଷ୍ଟା କରୁଛନ୍ତି। ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମଠାରେ ଓଡ଼ିଶା ସ୍କିଲ୍‌ କନ୍‌କ୍ଲେଭ-୨୦୨୩ର ଆୟୋଜନ ହେଉଛି। ଆସନ୍ତା ୨୦ରେ ଉଦ୍‌ଘାଟିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଭାରତରେ ସମନ୍ବିିତ ସ୍କିଲ୍‌ ଇକୋସିଷ୍ଟମ୍‌, ଦକ୍ଷ ମାନବ ଶକ୍ତି ଇତ୍ୟାଦି ପ୍ରସଙ୍ଗ ଭିତ୍ତିକ ଆଲୋଚନା ହେବ। ଏହାସହ ଦକ୍ଷତା ବିକାଶ ଉପରେ ଅଧିବେଶନମାନ ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ କହିଛନ୍ତି, ଏହି କାର୍ଯ୍ୟକ୍ରମରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରୀୟ ମାନ୍ୟଗଣ୍ୟ ବ୍ୟକ୍ତି, ବୁଦ୍ଧିଜୀବୀ, ଶିଳ୍ପ ପ୍ରତିନିଧି ଅଂଶଗ୍ରହଣ କରିବେ। ୨ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର, ଶିଳ୍ପ/ଏକାଡେମୀ/ସରକାରୀ କ୍ଷେତ୍ରର ହଜାରେରୁ ଊର୍ଦ୍ଧ୍ୱ ପ୍ରତିନିଧି ମଧ୍ୟ ସାମିଲ ହେବେ। ଏହି ସମ୍ମିଳନୀରେ ଆଇଟିଆଇଏସ୍‌/ପଲିଟେକ୍ନିକ୍ସ/ ଇଞ୍ଜିନିୟରିଂ କଲେଜ/ବିଶ୍ୱବିଦ୍ୟାଳୟ ତଥା ବିଶିଷ୍ଟ ଶିଳ୍ପ ତଥା ସରକାରୀ ବିଭାଗର ୧୦୦ରୁ ଊର୍ଦ୍ଧ୍ୱ ପ୍ରଦର୍ଶନୀ ଆୟୋଜିତ ହେବ। ୨୦ ଓ ୨୧ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମମାନ ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ମଙ୍ଗଳବାର ରାଜଧାନୀରେ ମଧ୍ୟ ଏକ କର୍ଟେନ ରେଜର ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri