ପଞ୍ଚୟତ ଉପନିର୍ବାଚନ: ୱାର୍ଡସଭ୍ୟ ନାମାଙ୍କନ ଦାଖଲ ନେଇ ବିବାଦ

ଛତ୍ରପୁର,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ଅଧୀନ ୯ ନଂ ୱାର୍ଡସଭ୍ୟ ଉପନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ନେଇ ବିବାଦ ଦେଖାଦେଇଛି। ଛତ୍ରପୁର ବ୍ଲକର ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ (ଜିପିଇଓ) ଅବଧି ସରିବା ପରେ ଜଣଙ୍କ ନାମାଙ୍କନପତ୍ର ଗ୍ରହଣ କରିଥିବା ନେଇ ଅଭିଯୋଗ ହୋଇଛି । ପଞ୍ଚାୟତ ବଦଳରେ ବ୍ଲକ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଗ୍ରହଣ କରିବା ବେଆଇନ ବୋଲି କୁହାଯାଇଛି । ଅରପକ୍ଷରେ ଏହି ଘଟଣାର ତଦନ୍ତ ହେବ ବୋଲି ଛତ୍ରପୁର ବିଡିଓ ସୁଶାନ୍ତ କୁମାର ବରାଳ ସୂଚନା ଦେଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ୬ ତାରିଖରେ ନାମାଙ୍କନ ପତ୍ର ଦାଖଲର ଅବଧି ସରିଥିଲା । ସୋମବାର ଏହାର ଯାଞ୍ଚହେବାର ଥିଲା । ପୂର୍ବରୁ ପଞ୍ଚାୟତ କାର୍ଯ୍ୟାଳୟରେ ୬ ତାରିଖ ସୁଦ୍ଧା କେବଳ ୨ ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ ବୋଲି ନିର୍ବାହୀ ଅଧିକାରୀ ଡକ୍ଟର ସେଠୀ କହିଛନ୍ତି । ଅପରପକ୍ଷରେ ୩ ଜଣ ନାମାଙ୍କନପତ୍ର ଦାଖଲ କରିଥିବା ସୂଚନା ମିଳିଛି। ଏହା ବେଆଇନ ବୋଲି ଅନ୍ୟତମ ପ୍ରାର୍ଥିନୀ ସୁରେଖା ପ୍ରଧାନ ଅଭିଯୋଗ କରିଛନ୍ତି । ଏ ନେଇ ଏକ ସ୍ମାରକପତ୍ର ପଞ୍ଚାୟତ ସମିତି ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିଛନ୍ତି । ପଞ୍ଚାୟତ କାର୍ଯ୍ୟାଳୟରେ ହିଁ ନାମାଙ୍କନପତ୍ର ଦାଖଲ କରିବାର ନିୟମ ରହିଛି । ତେବେ କିଭଳି ବ୍ଲକ କାର୍ଯ୍ୟାଳୟରେ ଆଉ ଜଣେ ନାମାଙ୍କନପତ୍ର ଦାଖଲ କଲେ ଏବଂ ତାଙ୍କର ନାମାଙ୍କନପତ୍ର ଗ୍ରହଣ କରାଗଲା ସେନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଜିପିଇଓଙ୍କ ପକ୍ଷରୁ ନାମାଙ୍କନପତ୍ର ଗ୍ରହଣ କରିବା ବେଆଇନ ଏବଂ ଏହାକୁ ନାକଚ କରିବାକୁ ସେ ଦାବି କରିଛନ୍ତି । ତୃତୀୟ ଜଣଙ୍କ ନାମାଙ୍କନପତ୍ର ବ୍ଲକ କାର୍ଯ୍ୟାଳୟରେ ଗ୍ରହଣ କରିଥିବା ନେଇ ଜିପିଇଓ ଅଶୋକ ଦାଶ ସ୍ବୀକାର କରିଛନ୍ତି । ୧୨ ତାରିଖରେ ଚୂଡାନ୍ତ ପ୍ରାର୍ଥି ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri