Posted inଜାତୀୟ

ମୌସୁମୀ ଅଧିବେଶନରେ ଆସିବ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍‌

ନୂଆଦିଲ୍ଲୀ, ୧୨ା୪ : ଡିଜିଟାଲ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ୍‌ ପ୍ରସ୍ତୁତ ହୋଇଛି ଏବଂ ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଏହାକୁ ଉପସ୍ଥାପନ କରାଯିବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀ ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ହ୍ବାଟ୍ସଆପ୍‌ ପ୍ରିଭେସି ନୀତି ସହ ଜଡିତ ବ୍ୟକ୍ତିଗତ ତଥ୍ୟ ସୁରକ୍ଷାକୁ ନେଇ ଆବେଦନକାରୀ ଚିନ୍ତାବ୍ୟକ୍ତ କରିଥିବାବେଳେ ଉକ୍ତ ବିଲ୍‌ ଏହାର ସମାଧାନ କରିବ ବୋଲି ଆଟର୍ନି ଜେନେରାଲ କହିଛନ୍ତି। ହ୍ବାଟ୍ସଆପ୍‌ର ୨୦୨୧ ପ୍ରିଭେସି ପଲିସି ଗ୍ରହଣ କରିବାକୁ ୟୁଜରମାନେ ବାଧ୍ୟ ନୁହନ୍ତି ବୋଲି ଏହି ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଗଣମାଧ୍ୟମରେ ବ୍ୟାପକ ପ୍ରଚାର କରିବାକୁ ଗତ ଫେବୃୟାରୀ ୧ରେ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ନୂଆ ତଥ୍ୟ ସୁରକ୍ଷା ବିଲ୍‌ କାର୍ଯ୍ୟକାରୀ ନ ହେବା ପର୍ଯ୍ୟନ୍ତ ହ୍ବାଟ୍ସଆପ୍‌ର କାର୍ଯ୍ୟକ୍ଷମତା ପ୍ରଭାବିତ ହେବନାହିଁ ବୋଲି କୁହାଯାଇଥିଲା। ଉକ୍ତ ବିଲ୍‌ ପ୍ରସ୍ତୁତ ବୋଲି ମଙ୍ଗଳବାର ଜଷ୍ଟିସ୍‌ କେ.ଏମ୍‌.ଜୋସେଫ୍‌ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠକୁ ଆଟର୍ନି ଜେନେରାଲ କହିଛନ୍ତି। ଉକ୍ତ ପୀଠରେ ଜଷ୍ଟିସ ଅଜୟ ରସ୍ତୋଗୀ, ଅନିରୁଦ୍ଧ ବୋଷ, ହୃଷୀକେଶ ରାୟ ଏବଂ ସି.ଟି. ରବିକୁମାର ରହିଛନ୍ତି। ଆଟର୍ନି ଜେନେରାଲ ରିପୋର୍ଟ ଦାଖଲ କରିବା ପରେ ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟରେ କରିବାକୁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri