ବଟକରାରେ ଛେଚି ବଡ଼ଭାଇଙ୍କୁ ହତ୍ୟା

ଦଶମନ୍ତପୁର,୧୨।୪(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଡୁମୱାଗୁଡ଼ା ପଞ୍ଚାୟତ ଅଧୀନ ବଡ଼ବାଗ୍ରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଭାଗବଣ୍ଟାରେ ସାନଭାଇ ରାଜି ନ ହୋଇ ବଟକରାରେ ଛେଚି ସମ୍ପର୍କୀୟ ବଡ଼ଭାଇଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ବିରିଙ୍ଗା ମୁଦୁଲି (୬୦)। ପୋଲିସ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସାନଭାଇ ଧନେଶ୍ୱର ମୁଦୁଲି ଫେରାର୍‌ ଅଛନ୍ତି। ବଡ଼ବାଗ୍ରୀ ଗ୍ରାମର ବିରିଙ୍ଗା ଓ ତାଙ୍କ ଦାଦାଙ୍କ ପୁଅ ଦୁଇ ସାନଭାଇ ଧନେଶ୍ୱର ମୁଦୁଲି ଓ ହରିଶ୍ଚନ୍ଦ୍ର ମୁଦୁଲି ମିଶି ନାତରଝୋଲା ନିକଟରେ ମାଛଚାଷ କରନ୍ତି। ସୋମବାର ୩ ଭାଇ ମିଶି ପୋଖରୀରୁ ମାଛଧରି ଭାଗ ବାଣ୍ଟିବାକୁ ବସିଥିଲେ। ବଡ଼ଭାଇ ବିରିଙ୍ଗା କେଜି ହିସାବରେ ମାଛ ଭାଗ ବାଣ୍ଟିନେବା ବୋଲି କହିଥିଲେ। ଧନେଶ୍ୱର ଏଥିରେ ରାଜି ନ ହୋଇ ରୋକ୍‌ଠୋକ ମନା କରି ଦେଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ଧନେଶ୍ୱର ଉତ୍ତ୍ୟକ୍ତ ହୋଇ ଧରିଥିବା ବଟକରାରେ ବିରିଙ୍ଗାଙ୍କ ମୁଣ୍ଡକୁ ଛେଚି ଚାଲିଥିଲେ। ହରିଶ୍ଚନ୍ଦ୍ର ସେଠାରେ ଥିଲେ ମଧ୍ୟ ତାଙ୍କୁ ଅଟକାଇ ପାରି ନ ଥିଲେ। ଏହା ଜାଣିବା ପରେ ବିରିଙ୍ଗାଙ୍କ ବଡ଼ଝିଅ ସୁରେଶ ଗ୍ରାମର କେତେଜଣଙ୍କ ସହ ମିଶି ବାପାଙ୍କୁ ଉଦ୍ଧାର କରି ଘରକୁ ଆଣିଥିଲେ। ତେବେ କିଛି ସମୟ ମଧ୍ୟରେ ବାପାଙ୍କ ମତ୍ୟୁ ଘଟିଥିବା ସୁରେଶ ମଙ୍ଗଳବାର ଦଶମନ୍ତପୁର ଥାନାରେ ଏତଲା ଦେଇଥିଲେ। ପୋଲିସ ଟିମ୍‌ ସହ ଥାନା ଅଧିକାରୀ ଚନ୍ଦ୍ରଭାନୁ ମହାନ୍ତି ଏବଂ ସାଇଣ୍ଟିଫିକ୍‌ ଟିମ ପହଞ୍ଚି ତଦନ୍ତ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ଏକ ହତ୍ୟା ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ, ବିରିଙ୍ଗା ତାଙ୍କ ପରିବାରର ଜଣେ ମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ବଡଝିଅ ସୁରେଶ ବିବାହିତା। ଘରେ ସାନଝିଅ ଘେନାଇ ଓ ସ୍ତ୍ରୀ ସୁନ୍ଦରୀ ଏବେ ଅସହାୟ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri