‘ପରିଶ୍ରମୀଙ୍କୁ ପରିଚୟ ମିଳିବା ଆବଶ୍ୟକ’

ଭୁବନେଶ୍ୱର,୧୨।୪: ଭାରତୀୟ ରେଲଓ୍ବେର ପ୍ରମୁଖ ଜୋନ୍‌ ପୂର୍ବତଟ ରେଳପଥରେ କାର୍ଯ୍ୟରତ ୮ ବିଭିନ୍ନ ବର୍ଗର କର୍ମଚାରୀଙ୍କୁ ରେଳପଥ ପକ୍ଷରୁ ପୁରସ୍କୃତ କରାଯାଇଛି। ଏପରିକି ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ୮ ରେଳ କର୍ମଚାରୀଙ୍କୁ ପୁରସ୍କୃତ କରିଛନ୍ତି।
ଏ ସମ୍ପର୍କରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶର୍ମା କହିଛନ୍ତି, ଗ୍ୟାଙ୍ଗ୍‌ମ୍ୟାନ୍‌, ଟ୍ରଲିମ୍ୟାନ୍‌, ଗେଟ୍‌ମ୍ୟାନ୍‌, ଓଏଚ୍‌ଇ ଖଲାସି ଏବଂ ଅନ୍ୟାନ୍ୟ ରକ୍ଷଣାବେକ୍ଷଣ କ୍ୟାଡର କର୍ମଚାରୀଙ୍କ କଠିନ ପରିଶ୍ରମ ଏବଂ ସତର୍କତା ଯୋଗୁ ରେଳପଥ ଅନେକ ସଫଳତା ହାସଲ କରିଛି। ସେମାନେ ନିରାପଦ ସହକାରେ ଟ୍ରେନ୍‌ ଚଳାଚଳ ପାଇଁ ଆବଶ୍ୟକ କାର୍ଯ୍ୟ କରୁଛନ୍ତି। ବିଶେଷକରି ପୂର୍ବତଟ ରେଳପଥରେ ଦିନରାତି କଠିନ ପରିଶ୍ରମ କରୁଛନ୍ତି। ସେମାନଙ୍କୁ ସ୍ବୀକୃତି ପ୍ରଦାନ କରିବା ଉଚିତ ବୋଲି ସେ ମତପ୍ରକାଶ କରିଛନ୍ତି। ଏପରିକି ପରିଶ୍ରମୀ କର୍ମଚାରୀଙ୍କୁ ପରିଚୟ ମିଳିବା ଆବଶ୍ୟକ ବୋଲି ଶର୍ମା ବିସ୍ତୃତ ଭାବେ ଆଲୋକପାତ କରିବା ସହ ସେ ମଧ୍ୟ ରେଳପଥ କର୍ମଚାରୀଙ୍କୁ ନିବେଦନ କରିଛନ୍ତି ଯେ କାର୍ଯ୍ୟରତ ଥିବା ସମୟରେ ସତର୍କ ରୁହନ୍ତୁ, ଯାହା ଦ୍ୱାରା ଯାତ୍ରୀ ଏବଂ ଟ୍ରେନ୍‌ ନିରାପତ୍ତା ସମ୍ଭବ ହୋଇପାରିବ। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ସମେତ ରେଳପଥର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri