ରାଷ୍ଟ୍ରପତିଙ୍କୁ ‘ନୀଳଚକ୍ର ସମ୍ମାନ’

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚଳିତ ବର୍ଷର ‘ନୀଳଚକ୍ର ସମ୍ମାନ’ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଦସ୍ୟ ବାବା ରାମନାରାୟଣ ଦାସ ମହାରାଜଙ୍କଠାରୁ ରାଷ୍ଟ୍ରପତି ଏହି ସମ୍ମାନ ଗ୍ରହଣ କରିଥିଲେ। ସମ୍ମାନ ଫଳକ ସହ ନାଗୀ ଖଣ୍ଡୁଆ ପାଟ, ଆଜ୍ଞାମାଳ, ପତାକା, ମହାପ୍ରସାଦ ଆଦି ପ୍ରଦାନ କରାଯାଇଥିଲା। ସମ୍ମାନ ଗ୍ରହଣ ଅବସରରେ ରାଷ୍ଟ୍ରପତି ମୁର୍ମୁ କହିଲେ, ମାନବ ସମାଜକୁ ସତ୍‌ମାର୍ଗ ଓ ପ୍ରକୃତି ଅଭିମୁଖୀ କରାଇବା ବର୍ତ୍ତମାନର ଶ୍ରେଷ୍ଠ ଆହ୍ବାନ। ଧରିତ୍ରୀ ମା’ ପାଇଁ ସମସ୍ତେ ସଜାଗ ହୋଇ କାମ କରିବା ଉଚିତ। ଧରିତ୍ରୀ ବଞ୍ଚତ୍ଲେ ଆମେ ବଞ୍ଚତ୍ବା। ମଣିଷ ଭିତରେ ଦିବ୍ୟତ୍ୱର ବିକାଶ ଓ ପରିପ୍ରକାଶ ହେବା ଦରକାର ବୋଲି ରାଷ୍ଟ୍ରପତି କହିଛନ୍ତି।
ଅଧ୍ୟକ୍ଷ ଶଶିଭୂଷଣ ବେହେରା ଓଡ଼ିଶାର ୩ ବରପୁତ୍ର ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ନନ୍ଦିନୀ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠାନ ୪୫ ବର୍ଷରେ ପଦାର୍ପଣ କରିଥିବା କହିଥିଲେ। ମହାସଚିବ ସୁରେନ୍ଦ୍ର ଦାସ କହିଲେ, ନୀଳଚକ୍ର ସମ୍ମାନ ଅଷ୍ଟଧାତୁରେ ପୂଜିତ। ଆଧ୍ୟାତ୍ମଶକ୍ତି ନୀଳଚକ୍ର ବିଶ୍ୱର ଶ୍ରେଷ୍ଠ ବ୍ୟକ୍ତିତ୍ୱଙ୍କୁ ପ୍ରଦାନ କରାଯାଇଥାଏ। ସମସ୍ତଙ୍କ ପ୍ରିୟ ତଥା ଓଡ଼ିଶାର ଗର୍ବ ରାଷ୍ଟ୍ରପତିଙ୍କୁ ଏହି ସମ୍ମାନ ପ୍ରଦାନ କରିବା ସହିତ ଅନୁଷ୍ଠାନ ତାଙ୍କ ଆଶୀର୍ବାଦ ଲୋଡ଼ୁଛି ବୋଲି ପ୍ରକାଶ କରିଥିଲେ। ଅନୁଷ୍ଠାନର ରାଜ୍ୟ ସଭାପତି ସହଦେବ ସାହୁ, କାଦମ୍ବିନୀ ପତ୍ରିକାର ସମ୍ପାଦିକା ଡ. ଇତି ସାମନ୍ତ, ସାଂସ୍କୃତିକ ପରାମର୍ଶଦାତ୍ରୀ ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି, ସୁବ୍ରତ ପଟ୍ଟନାୟକ, ସତ୍ୟବ୍ରତ ମହାନ୍ତି, ସୂର୍ଯ୍ୟ ନାରାୟଣ ଦାସ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରେ ଡ. ବିଜୟ କୁମାର ନାୟକଙ୍କ ଦ୍ୱାରା ମହାପ୍ରସାଦ ସେବନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri