ଫାଇଲ୍‌ ତଳେ ୨ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ

କେନ୍ଦ୍ରାପଡ଼ା ଅଫିସ,୧୩ା୪: କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ୍‌ ସଫେଇକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ଏ ନେଇ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ ୨ଟି ଡ୍ରେନେଜ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇରହିଛି। ଆଗାମୀ ବର୍ଷାଋତୁ ପୂର୍ବରୁ ଏହି ପ୍ରକଳ୍ପ ଶେଷ ନ ହେଲେ କେନ୍ଦ୍ରାପଡ଼ା ସହରର ଅର୍ଦ୍ଧାଧିକ ସ୍ଥାନ ଜଳବନ୍ଦୀ ହେବା ଆଶଙ୍କା ଦେଖାଦେଇଛି। ତୁରନ୍ତ ଏହି ୨ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ସହରବାସୀ ମତ ଦେଇଛନ୍ତି। ୨୦୧୭ ମସିହାରେ ରାଜ୍ୟ ସ୍ବରେଜ ବୋର୍ଡ ଓ ଟିଟିଆଇ କନସୁଲେଟିଂ ଇଞ୍ଜିନିୟର୍ସ ସଂସ୍ଥା ପକ୍ଷରୁ ସହରର ଜଳ ନିଷ୍କାସନ ସହ ଏକ ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଥିଲା। ଏହି ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ଇନ୍ଦୁପୁର ଅଞ୍ଚଳରେ ପ୍ରତିଷ୍ଠା ହେବାକୁ ଥିଲା। ସେହିପରି ନଗର ଉନ୍ନୟନ ବିଭାଗ ପକ୍ଷରୁ ଡ୍ରେନେଜ ବିଭାଗ ସହାୟତାରେ ୧୯ କୋଟି ୪୭ ଲକ୍ଷ ଟଙ୍କାର ଦ୍ୱିତୀୟ ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ତେବେ ଏହି ୨ ପ୍ରକଳ୍ପ କାର୍ଯ୍ୟକାରୀରେ ବହୁ ବିଳମ୍ବ ହେଲାଣି।
ଏ ସମ୍ପର୍କରେ ସହରର ମନୋଜ କୁମାର ସିଂହ କହିଛନ୍ତି, ପ୍ରଥମ ଡ୍ରେନେଜ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ତତ୍କାଳୀନ ପୌର ପରିଷଦ ଉଦ୍ୟମ କରିଥିଲା। ଯୋଜନା ଅନୁଯାୟୀ, ସହରର ଡ୍ରେନ, ବର୍ଷାଜଳକୁ ଗୋବରୀ ନଦୀ ଓ କେନାଲକୁ ନ ଛାଡି ଏକ ସ୍ବତନ୍ତ୍ର ଟ୍ରେନ୍‌ ମାଧ୍ୟମରେ ସହର ବାହାରେ ଏକ ଓ୍ବାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି ପ୍ଲଣ୍ଟରେ ମଇଳା ପାଣିକୁ ବିଶୋଧନ କରାଯାଇ ଗୋବରୀ ନଦୀ ଓ କେନାଲକୁ ଛଡ଼ାଯିବ ବୋଲି ସ୍ଥିର ହୋଇଥିଲା। ଯାହାଦ୍ୱାରା ସହର ମଧ୍ୟ ଦେଇ ଯାଇଥିବା ନଦୀ ଓ କେନାଲ ଜଳ ପ୍ରଦୂଷଣ ମୁକ୍ତ ରହିବ। ଫକିରାବାଦର ମୀର ଅବୁ ଓବେଦା କହିଛନ୍ତି, ସାମାନ୍ୟ ବର୍ଷାରେ ସହରର ବିଭିନ୍ନ ଡ୍ରେନ ଉଛୁଳି ପଡୁଛି। ଫଳରେ ପାଣି ସହ ଡ୍ରେନ୍‌ରେ ଥିବା ଅଳିଆ ଆବର୍ଜନା ବାହାରକୁ ଆସି ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦୀର୍ଘଦିନ ଧରି ରହିଥିବା ସତ୍ତ୍ୱେ ଏହାର ସମାଧାନ ପାଇଁ ତତ୍ପରତା ନାହିଁ। ବର୍ଷାଋତୁ ପୂର୍ବରୁ ଏହାର ସମାଧାନ ହେଲେ ସହରବାସୀ ଉପକୃତ ହେବେ ବୋଲି ସେ ପ୍ରକାଶ କରିଛନ୍ତି। ୨୧ ନଂ. ୱାର୍ଡର ସାମାଜିକ କର୍ମୀ ଉମେଶ ଚନ୍ଦ୍ର ପାଢୀ କହିଛନ୍ତି, ବର୍ଷା ହେଲେ ସ୍ଥାନୀୟ ସହରବାସୀଙ୍କ ବିପତ୍ତି ବଢ଼ୁଛି। ୨୧ ନଂ. ୱାର୍ଡ ସହ ୧୨ ଓ ୧୩ ନଂ.ରେ ବର୍ଷାଜଳ ଭରି ରହୁଛି। ସହର ମଧ୍ୟରେ ଥିବା ଜଳପଥ ଓ ଡ୍ରେନଗୁଡ଼ିକ ଜବରଦଖଲକାରୀଙ୍କ କବଳକୁ ଚାଲିଯାଇଛି। ଫଳରେ ବର୍ଷାଜଳ ସମଗ୍ର ସହର ମଧ୍ୟରେ ସହଜ ଜୀବନଯାତ୍ରାରେ ବାଧା ସୃଷ୍ଟି କରିଛି। ଜଳପଥ ଉପରେ ଗୃହ ନିର୍ମାଣ ପାଇଁ ଅନୁମତି ପ୍ରଦାନ ବନ୍ଦ ହେବା ସହ ଜବରଦଖଲକାରୀଙ୍କ ଉଚ୍ଛେଦ ଜରୁରୀ ହୋଇପଡ଼ିଛି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ଜଳ ନିଷ୍କାସନ ସମସ୍ୟା ସମ୍ପର୍କରେ ନିକଟରେ ସମୀକ୍ଷା ହୋଇଥିଲା। ଏଥିସହ ସହରବାସୀଙ୍କ ପାଇଁ ସୁସ୍ଥ ପରିବେଶ ଓ ଡ୍ରେନେଜ ସିଷ୍ଟମର ଉନ୍ନତୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହିପରି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ କାର୍ଯ୍ୟକାରୀ ପାଇଁ ଉଦ୍ୟମ ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri