Odisha Elections 2024

ବ୍ରାହ୍ମଣୀ କୂଳର ଶୋଷିଲା ଗଁା କମଳାଙ୍ଗ

ଢେଙ୍କାନାଳ ଅଫିସ, ୧୩।୪: ଗଁା ନିକଟରେ ପ୍ରବାହିତ ହେଉଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଶିଳ୍ପସଂସ୍ଥା ପାଣି ଶୋଷୁଛନ୍ତି। ଜମିକୁ ଜଳଯୋଗାଣ ହେଉଛି। ହେଲେ ନଦୀ ନିକଟରେ ଶୋଷରେ ଆଉଟୁପାଉଟୁ ହେଉଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗ ପଞ୍ଚାୟତର କମଳାଙ୍ଗ ଗ୍ରାମବାସୀ। ବିଶୁଦ୍ଧ ଜଳଯୋଗାଣ ପାଇଁ ପ୍ରଶାସନ ଏବଂ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ଏହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ସେମାନେ।
ଅଭିଯୋଗ ଅନୁଯାୟୀ, କମଳାଙ୍ଗ ପଞ୍ଚାୟତର ଜନସଂଖ୍ୟା ୭,୦୦୦ରୁ ଅଧିକ। ତେବେ ପଞ୍ଚାୟତ ସଦର ଅର୍ଥାତ୍‌ କମଳାଙ୍ଗ ଗ୍ରାମରେ ନଳକୂପ କିମ୍ବା ଗଭୀର ବୋରିଂ ବ୍ୟବସ୍ଥା ନାହିଁ। ଜଳଯୋଗାଣ ପାଇଁ କୌଣସି ପ୍ରକଳ୍ପ ମଧ୍ୟ କରାଯାଇନାହିଁ। ଫଳରେ ଗ୍ରାମର ମହିଳାମାନେ ବର୍ଷସାରା ବ୍ରାହ୍ମଣୀ ନଦୀ ଉପରେ ନିର୍ଭର କରୁଛନ୍ତି। ତେବେ ଖରା ଆସିଲେ ସମସ୍ୟା ବଢିଯାଉଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ନଦୀ ପଠାରେ ଚୁଆ ଖୋଳି ପାଣି ସଂଗ୍ରହ ପାଇଁ ଘଣ୍ଟା ଘଣ୍ଟା ସମୟ ଚାଲିଯାଉଛି। ଏହି ପାଣି ମଧ୍ୟ ସ୍ବାସ୍ଥ୍ୟ ଉପଯୋଗୀ ହେଉନାହିଁ। କାରଣ ନଦୀକୂଳରେ ଗଢ଼ି ଉଠିଥିବା ଶିଳ୍ପାନୁଷ୍ଠାନର ବର୍ଜ୍ୟବସ୍ତୁ ନଦୀ ପାଣିକୁ ପ୍ରଦୂଷିତ କରୁଛି। ଏହାଦ୍ୱାରା ମାରାତ୍ମକ ରୋଗ ହେବାର ଆଶଙ୍କା ରହୁଥିଲେ ମଧ୍ୟ ବିକଳ୍ପ ନ ଥିବାରୁ ଲୋକେ ଏହାକୁ ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଗ୍ରାମବାସୀ ଗତ ସପ୍ତାହରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଏ ଦିଗରେ କେହି ଗୁରୁତ୍ୱ ଦେଉନାହାନ୍ତି। ତେଣୁ ଗ୍ରାମକୁ ତୁରନ୍ତ ପାଇପ ଯୋଗେ ଜଳଯୋଗାଣ ବ୍ୟବସ୍ଥା କରିବା ପାଇଁ ପଞ୍ଚାୟତ ଜନପ୍ରତିନିଧି ଏବଂ ଗ୍ରାମବାସୀ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା କୁହନ୍ତି, ଅଭିଯୋଗ ପାଇଛୁ। ବିଭାଗୀୟ ଯନ୍ତ୍ରୀ ଗ୍ରାମକୁ ଯାଇ ସରପଞ୍ଚଙ୍କ ସହ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲେ। ତେବେ ସରପଞ୍ଚ ଅନୁପସ୍ଥିତ ଥିବାରୁ ଆଲୋଚନା ହୋଇପାରିନାହିଁ। ଯନ୍ତ୍ରୀମାନେ ଖୁବ୍‌ଶୀଘ୍ର ପଞ୍ଚାୟତ ବୁଲି କେଉଁ କେଉଁ ଜାଗାରେ ସମସ୍ୟା ରହିଛି ଦେଖିବେ। ଏହାପରେ ସମାଧାନର ବାଟ ବାହାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି...

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ...

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ...

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri