ଖସିଲା ପ୍ଲାଷ୍ଟର, ଶିଶୁ ରୋଗୀ ଅଳ୍ପକେ ବର୍ତ୍ତିଲେ

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ସହରର ଶାମଗୁଡିଆସ୍ଥିତ ନବନିର୍ମିତ ଜିଲା ମୁଖ୍ୟ ଚିକିତ୍ସାଳୟର ଛାତରୁ ଗୁରୁବାର ପ୍ଲାଷ୍ଟର ଖସିଛି। ନ୍ୟୁଟ୍ରେଶନ ରିହାବିଲିଟେଶନ ସେଣ୍ଟରରେ ଥିବା ୧୨ ଶିଶୁ ରୋଗୀ ଓ ସହାୟକମାନେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି। ଶିଶୁଙ୍କୁ ଅନ୍ୟ ଏକ ରୁମ୍‌କୁ ସ୍ଥାନାନ୍ତର କରାଯାଇଛି। ପ୍ଲାଷ୍ଟର ଖସିବା କାରଣ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ତନଖି ଆରମ୍ଭ ହୋଇଛି। ସନ୍ଧ୍ୟା ପ୍ରାୟ ୬ଟାରେ ଚିକିକିତ୍ସାଳୟର ଏହି ସେଣ୍ଟରରେ ୧୨ ଶିଶୁଙ୍କ ସହ ସହାୟକମାନେ ଥିଲେ। ଏହ ସମୟରେ ଛାତରୁ ପ୍ରାୟ ୩ ଫୁଟ ଆକାରର ପ୍ଲାଷ୍ଟର ସେଣ୍ଟର ଗୃହର ମଝିରେ ଖସି ପଡିଥିଲା। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଗୃହ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ର କହିଛନ୍ତି, ଘଟଣା ଅତି ସ୍ପର୍ଶକାତର। ଏ ନେଇ ଯାଞ୍ଚ କରାଯିବା ପାଇଁ ପୂର୍ତ୍ତ ବିଭାଗକୁ ଅନୁରୋଧ ପରେ ତନଖି ଆରମ୍ଭ ହୋଇଛି। ଅପରପକ୍ଷରେ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହୋଇଥିବାରୁ ଏପରି ଦୁର୍ଘଟଣା ବାରମ୍ବାର ଦେଖାଯାଉଛି ବୋଲି ସ୍ଥାନୀୟ ସହରରେ ଆଲୋଚନା ହେଉଛି। ଗତ ମାର୍ଚ୍ଚ ୧୫ ତାରିଖରେ ସହରର ଦ୍ୱିତୀୟ ପାଇପାସ ରୋଡର ନିର୍ମାଣାଧୀନ ସେତୁ ଗାର୍ଡ ୱାଲ ଭୁଶୁଡି ପଡିଥିଲା। ଏହାକୁ ନେଇ ଆଲୋଚନା ସରି ନ ଥିବା ବେଳେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ପ୍ଲାଷ୍ଟର ଖସିବା ଏକ ଉଦ୍‌ବେଗଜନକ ପରିସ୍ଥିତି ସୃଷ୍ଟି କରିଛି। ସୂଚନାଯୋଗ୍ୟ ଯେ, ଏହି ୨ ପ୍ରକଳ୍ପ କାର୍ଯ୍ୟ ପୂର୍ତ୍ତ ବିଭାଗ ଅଧୀନରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri