ଶ୍ରୀକ୍ଷେତ୍ରରେ ଅଧିକାଂଶ ସିସିଟିଭି ଅଚଳ

ପୁରୀ ଅଫିସ,୧୪ା୪: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରାକୁ ସମାପନ କରିବା ପାଇଁ ପୁରୀ ପୋଲିସ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି। ପୁରୀ ଏସ୍‌ପି ଡ. କନୱର ବିଶାଳ ସିଂହ କିଛିଦିନ ପୂର୍ବେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ମିଶି ଶ୍ରୀମନ୍ଦିରଠାରୁ ଗୁଣ୍ଡିଚା ମନ୍ଦିର ଏବଂ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ବିଶେଷକରି ଟ୍ରାଫିକ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ, ଭକ୍ତଙ୍କ ସୁରକ୍ଷା ଏବଂ ଅପରାଧ ନିୟନ୍ତ୍ରଣ କିଭଳି ସଫଳ ଭାବେ ହୋଇପାରିବ ସେନେଇ ଏସ୍‌ପି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛନ୍ତି। ତେବେ ରଥଯାତ୍ରା ଆଉ କିଛି ମାସ ବାକି ଥିବାବେଳେ ସହରରେ ଥିବା ଅଧିକାଂଶ ସିସିଟିଭି ଅଚଳ ହୋଇପଡ଼ିଛି। ଏହାର ଫାଇଦା ନେଇ ଅପରାଧୀମାନେ ବିଭିନ୍ନ ଅପରାଧ ଘଟାଉଛନ୍ତି। ତେଣୁ ଭକ୍ତଙ୍କ ସୁରକ୍ଷା ପାଇଁ ପୋଲିସ ତୁରନ୍ତ ଅଚଳ ସିସିଟିଭିକୁ କାର୍ଯ୍ୟକ୍ଷମ କରିବା ପାଇଁ ସାଧାରଣରେ ଦାବି କରାଯାଇଛି।
ଗତ କିଛିଦିନ ହେବ ପୁରୀ ସହରରେ ବିଭିନ୍ନ ମାରଣାସ୍ତ୍ର ଦ୍ୱାରା ଗୋଷ୍ଠୀ ସଂଘର୍ଷ ହୋଇଥିବାବେଳେ ଏଥିରେ ଅନେକ ଗୁରୁତର ହୋଇଛନ୍ତି। ଗୁରୁବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଛି। ଆଧ୍ୟାତ୍ମିକ ନଗରୀ ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜକୁ ନେଇ ଭକ୍ତ, ପର୍ଯ୍ୟଟକ ଏବଂ ସହରବାସୀ ଆତଙ୍କିତ ହୋଇପଡ଼ିିଛନ୍ତି। ଆଗାମୀ ରଥଯାତ୍ରାକୁ ସଫଳ କରିବା ପାଇଁ ହେଲେ ଅପରାଧ ରୋକାଯିବା ସହ ଅପରାଧୀଙ୍କୁ ସାବାଡ୍‌ କରାଯିବା ଜରୁରୀ। ତେଣୁ ସହରରେ ବଢୁଥିବା ଅପରାଧକୁ ରୋକିବା ପାଇଁ ପୋଲିସ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ସହରରେ ଥିବା ଅଚଳ ସିସିଟିଭିଗୁଡିକୁ ମରାମତି କରାଯିବା ଜରୁରୀ। ସମ୍ପ୍ରତି ଅନୁଷ୍ଠିତ ରଥଯାତ୍ରା ପ୍ରଥମ ସମନ୍ବୟ ବୈଠକରେ କେନ୍ଦ୍ରାଞ୍ଚଳ ଡିଆଇଜି ନରସିଂହ ଭୋଳ କହିଥିଲେ, ପୁରୀରେ ଅନେକ ସିସିଟିଭି ଲଗାଯିବ, ଯାହାଫଳରେ ଗହଳି ନିୟନ୍ତ୍ରଣ ସହ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇପାରିବ। ପୋଲିସ ଏନେଇ କାର୍ଯ୍ୟ କରୁଥିବା ସେ ପ୍ରକାଶ କରିଥିଲେ। ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପୋଲିସ ପକ୍ଷରୁ ବିଭିନ୍ନ ବିଭାଗ ସହ ଆଲୋଚନା କରାଯାଉଛି। ରଥଯାତ୍ରା ପାଇଁ ସମୟ ଥିବାରୁ ପର୍ଯ୍ୟାୟ କ୍ରମେ କାର୍ଯ୍ୟ ହେବ ବୋଲି ଏସ୍‌ପି କନଓ୍ବର.ବିଶାଲ ସିଂହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri