କେଳୁଣୀ ମୁହାଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତାରେ ୪ଫୁଟର ପାଣି

କାକଟପୁର, ୩୧।୭(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ ବନ୍ଦ ହୋଇଯାଇଥିବାରୁ ନଦୀ ଉପକୂଳବର୍ତ୍ତୀ ଗ୍ରାମ ଗୁଡ଼ିକରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମୁଦ୍ର ଅଶାନ୍ତ ହୋଇପଡ଼ିଥିବାବେଳେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ିଛି। ମୁହାଁଣ ଦେଇ ନଦୀ ଦ୍ୱୟର ଜଳ ଠିକ୍‌ ଭାବେ ସମୁଦ୍ରକୁ ନିଷ୍କାସନ ହୋଇପାରୁ ନାହିଁ। ଫଳରେ ତଟବର୍ତ୍ତୀ ଗ୍ରାମର ଚାଷଜମି ଉଦ୍‌ବୃତ୍ତ ବର୍ଷାଜଳରେ ବୁଡ଼ି ରହିଛି। ମୁହାଁଣ ନିକଟବର୍ତ୍ତୀ ତଣ୍ଡାହାର, ଛେନୁ, ଉଦୟକଣି, କଟକଣା, ବାଘଡ଼ିଆ ଗାଁ ଚର୍ତୁପାର୍ଶ୍ୱରେ ବର୍ଷାଜଳ ଘେରିଯାଇଥିବାରୁ ଏହି ୫ଟି ଗାଁ ଏବେ ପାଣି ଘେରରେ ରହିଛି। ତଣ୍ଡାହାର ଓ ଛେନୁ ଗାଁ ମଧ୍ୟରେ ଥିବା ରାସ୍ତା ଉପରେ ବର୍ଷାଜଳ ଜମିଛି। ଫଳରେ ଗ୍ରାମବାସୀ ଯାତାୟାତରେ ଅସୁବିଧା ଭୋଗୁଛନ୍ତି। ନଦୀ ତଟବର୍ତ୍ତୀ କାକଟପୁର ବ୍ଲକର ଶିଶୁଅ, କୋରଣା, ପାଟଳଦା, ଛୁରୀଅନା ପଞ୍ଚାୟତର ଶହଶହ ଏକର ଚାଷଜମି ଜଳମଗ୍ନ ହୋଇପଡ଼ିଛି। ପ୍ରତିବର୍ଷ ବର୍ଷା ରୁତୁରେ କେଳୁଣୀ ମୁହାଁଣ ବାଲିରେ ପୋତିହୋଇ ପଡ଼ୁଥିବାରୁ ଏପରି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ତୁରନ୍ତ କେଳୁଣୀ ମୁହାଁଣ ଖନନ କରାଯାଇ ବର୍ଷାଜଳ ଯେପରି ସମୁଦ୍ରକୁ ଠିକ୍‌ ଭାବେ ନିଷ୍କାସନ ହୋଇପାରିବ ସେ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧିନକୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri