ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି । ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଘରେ କି ବାହାରେ ନିସ୍ତାର ନାହିଁ। ରାସ୍ତାଘାଟ ଶୂନ୍‌ଶାନ ହୋଇଯାଉଛି। ଗତ ୪/୫ ଦିନରେ ଦିନର ତାପମାତ୍ରା ୫ରୁ ୭ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ହେଲାଣି । ଶୁକ୍ରବାର ମଧ୍ୟ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ରାଜ୍ୟକୁ ଉତ୍ତପ୍ତ କରିଛି। ବାରିପଦା ଦେଶର ସବୁଠୁ ତତଲା ସହର ପାଲଟିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଅନ୍ୟପକ୍ଷରେ ଏଲଡୋରାଡୋ ଓ୍ବେଦର ଡଟ କମ୍‌ ସୂଚନା ମୁତାବକ ବାରିପଦା ବିଶ୍ୱର

୩ୟ ଉତ୍ତପ୍ତ ସହର ପାଲଟିଛି । ସେହିପରି ଦକ୍ଷିଣ ଆଫ୍ରିକାର କୋମାଟିଡ୍ରାଇ ବିଶ୍ୱର ସର୍ବୋଚ୍ଚ ତାପମାତ୍ରା (୪୫.୮ ଡିଗ୍ରୀ ସେଲ୍‌ସିୟସ) ସହର ହୋଇଥିବା ବେଳେ ମ୍ୟାନ୍‌ମାର ଚୌକ ସହର(୪୪.୮ ଡିଗ୍ରୀ ସେଲ୍‌ସିୟସ) ଦ୍ୱିତୀୟ ସ୍ଥାନରେ ରହିଛି। ତେବେ ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ସେହିପରି ରାଜ୍ୟର ୧୦ ସହର ୪୨ ଡିଗ୍ରୀ ସେଲ୍‌ସିୟସ ଉପରେ ରହିଥିବା ବେଳେ ୨୫ ସହର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯାଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଝାରସୁଗୁଡ଼ାରେ ସର୍ବାଧିକ ୪୨.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ତାଳଚେର ୪୨.୬, ବୌଦ୍ଧ ୪୨.୫, ଟିଟିଲାଗଡ଼ ୪୨.୫, ସମ୍ବଲପୁର ୪୨.୨, ବଲାଙ୍ଗୀର ୪୨.୨, ଅନୁଗୋଳ ୪୨.୧, ସୋନପୁର ୪୨.୧, ସୁନ୍ଦରଗଡ ୪୨, ରାଉରକେଲା ୪୧.୮, ଭବାନୀପାଟଣା ୪୧.୫, କଟକ ୪୧.୨, କେନ୍ଦୁଝର ୪୧.୨, ହୀରାକୁଦ ୪୦.୬, ଭୁବନେଶ୍ୱର ୪୦.୬, ଢେଙ୍କାନାଳ ୪୦.୫, ଚାନ୍ଦବାଲି ୪୦.୩, ନୂଆପଡା ୪୦.୨, ପାରଳାଖେମୁଣ୍ଡି ୪୦.୧, ଜଗତ୍‌ସିଂହପୁର ୪୦, ନୟାଗଡ଼ ୪୦, ଯାଜପୁର ୪୦, ଭଦ୍ରକ ୪୦ ଏବଂ ବରଗଡରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳରେ ସର୍ବାଧିକ ତାପମାତ୍ରା ୩୯.୯ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ କେନ୍ଦ୍ରାପଡ଼ା ୩୯.୮, ମାଲକାନଗିରି ୩୯.୫, ଦେବଗଡ଼ ୩୯.୫, ଖୋର୍ଦ୍ଧାରେ ସର୍ବାଧିକ ତାପମାତ୍ରା ୩୯.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ତେବେ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଏବଂ ଅନୁଗୋଳ ଜିଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉପରୋକ୍ତ ଜିଲାଗୁଡ଼ିକର ଜିଲାପାଳମାନଙ୍କୁ ପ୍ରତିକାରମୂଳକ ପଦକ୍ଷେପ ନେବା ସହ ଜନସଚେତନତା ସୃଷ୍ଟି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ଶନିବାର ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ତାତି କମିବା ସହ କେତେକ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ସୂଚନା ମୁତାବକ କୋରାପୁଟ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri