ଆଉ ୪୮ ଘଣ୍ଟା ୧୪୪ ବଳବତ୍ତର

ଭଦ୍ରକ ଅଫିସ,୧୫।୪:  ଭଦ୍ରକ ରାନ୍ଦିଆସ୍ଥିତ ଫେକର କମ୍ପାନୀରେ ଗତ ମଙ୍ଗଳବାର ଫର୍ନେସ ଚାର୍ଜିଂ ବେଳେ ନିଅଁା ଲାଗି ୨ ଅପରେଟର ଗୁରୁତର ହେବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ପ୍ରଶାସନ ପକ୍ଷରୁ ଗତ ୧୨ ତାରିଖ ସକାଳ ୬ଟାରୁ ଜାରି କରାଯାଇଥିବା ୧୪୪ ଧାରାକୁ ଆଉ ୪୮ ଘଣ୍ଟା ବୃଦ୍ଧି କରାଯାଇଛି। ଶୁକ୍ରବାର ସକାଳ ୬ଟାରୁ ଆସନ୍ତା ୧୬ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ ୧୪୪ ଧାରା ବଳବତ୍ତର ରହିବ ବୋଲି ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟ ମନୋଜ ପାତ୍ର ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶଥାଉ କି, କମ୍ପାନୀରେ ଘଟିଥିବା ଦୁର୍ଘଟଣା ପାଇଁ କର୍ତ୍ତୃପକ୍ଷଙ୍କ ଅବହେଳାକୁ ଦାୟୀ କରି ଉତ୍ତ୍ୟକ୍ତ ଲୋକେ ଫାଟକ ଆଗରେ ଟାୟାର ଜାଳିବା, ରାସ୍ତା ଅବରୋଧ କରିବା ସହ ପୋଲିସ ଓ ଜନତା ମୁହଁାମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ ତାରିଖ ସକାଳ ୬ଟାରୁ ଶୁକ୍ରବାର ସକାଳ ୬ଟା ପର୍ଯ୍ୟନ୍ତ କମ୍ପାନୀ ଫାଟକ ଓ ପାଚେରୀର ୨୦୦ ମିଟର ପରିଧି ମଧ୍ୟରେ ୧୪୪ ଧାରା ଜାରି କରାଯାଇଥିଲା। ଏସ୍‌ଡିପିଓ ସୌରଭ ଓତା, ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ, ଡିଏସ୍‌ପି ଡିଆଇବି କମଳ ଲୋଚନ ଭୂୟଁା, ଗ୍ରାମାଞ୍ଚଳ ଥାନାଧିକାରୀ ଅମିତାଭ ଦାଶଙ୍କ ନେତୃତ୍ୱରେ ପୋଲିସ ଫୋର୍ସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri