Posted inଜାତୀୟ

୩୦୦ ମିଟର ଗଭୀର ଖାଲକୁ ଖସିଲା ବସ: ୧୩ ମୃତ,୨୯ରୁ ଅଧିକ ଆହତ…

ମୁମ୍ବାଇ,୧୫।୪ : ଶନିବାର ସକାଳେ ମହାରାଷ୍ଟ୍ରର ରାୟଗଢରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଥିବା ଖାପୋଲି ଅଞ୍ଚଳରେ ଏକ ବସ ରାସ୍ତାରୁ ନିୟନ୍ତ୍ରଣ ହରାଇ ୩୦୦ ମିଟର ଗଭୀର ଖାଲରେ ପଡ଼ିଯାଇଥିଲା। ଏହି ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୯ରୁ ଅଧିକ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ତୁରନ୍ତ ସ୍ଥାନୀୟ ଲୋକମାନେ ଉଦ୍ଧାର କରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୋଲିସର ସୂଚନାନୁସାରେ, ଘରୋଇ ବସ ପୁଣେରୁ ମୁମ୍ବାଇ ଯାଉଥିଲା। ସିଙ୍ଗରୋବା ମନ୍ଦିର ନିକଟରେ ଥିବା ମୁମ୍ବାଇ-ପୁଣେ ରାଜପଥରେ ଏହା ନିୟନ୍ତ୍ରଣ ହରାଇ ରାସ୍ତାରୁ ଖାଲରେ ଖସି ଯାଇଥିଲା। ବସରେ ପ୍ରାୟ ୪୨ ଜଣ ଯାତ୍ରୀ ଥିଲେ।
ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି ଏହି ବସ ମୁମ୍ବାଇର ଗୋରେଗାଓଁରୁ ବାଜି ପ୍ରଭାସ ବାଦକ ଗ୍ରୁପ ନାମକ ଏକ ପାରମ୍ପାରିକ ମ୍ୟୁଜିକ ଟ୍ରୁପର ସଦସ୍ୟମାନଙ୍କୁ ନେଇ ଯାଉଥିଲା। ପୁଣେ ଜିଲାର ପିମ୍ପିରି ଚିଞ୍ଚୱାଡ ଅଞ୍ଚଳରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସେମାନେ ଗୋରେଗାଓଁ ଫେରୁଥିଲେ। ବସ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ୧ ଟା ସମୟରେ ସ୍ଥାନ ଛାଡିଥିଲା। ଭୋର ପ୍ରାୟ ୪ଟା ୫୦ ସମୟରେ ଚାନ୍ଦଲା ଘାଟ ନିକଟରେ ଏହି ଦୁର୍ଘଟଣା ଘଟିଛି। ରାୟଗଢ ପୋଲିସ ଅଧୀକ୍ଷକ ସୋମନାଥ ଘାର୍ଗେ କହିଛନ୍ତି ଯେ ଆହତମାନେ ମୁମ୍ବାଇର ସିଓନ ଏବଂ ଗୋରେଗାଓଁ ଅଞ୍ଚଳ ତଥା ପଡୋଶୀ ପାଲଘର ଜିଲାର ଭିରାର ବାସିନ୍ଦା।

ଅଧିକାଂଶ ଆହତଙ୍କ ବୟସ ୧୮ ରୁ ୨୫ ବର୍ଷ ବୟସ ମଧ୍ୟରେ ବୋଲି କୁହାଯାଉଛି।
ଏହି ଦୁର୍ଘଟଣା ସମ୍ପର୍କରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ କଥା ହୋଇଛନ୍ତି। ଶାହା ଟୁଇଟ କରି କହିଛନ୍ତି, ମହାରାଷ୍ଟ୍ରର ରାୟଗଡରେ ସଡକ ଦୁର୍ଘଟଣା ଦୁଃଖଦାୟକ। ଏ ବାବଦରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ରିଲିଫ କାର୍ଯ୍ୟରେ ନିୟୋଜିତ ଅଛି। ମୁଁ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଉଛି ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି।

ଏହି ଘଟଣାରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶିନ୍ଦେ ମୃତକଙ୍କ ସମ୍ପର୍କୀୟଙ୍କୁ ପ୍ରତ୍ୟେକଙ୍କୁ ପାଞ୍ଚ ଲକ୍ଷ ଟଙ୍କାର ଅନୁକମ୍ପାମୂକ ସହାୟତା ଘୋଷଣା କରିଛନ୍ତି। ଆହତଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri