ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକାଙ୍କ ନାମ ସାହାରପଡ଼ା ବ୍ଲକ ଉଦୟପୁର ଗ୍ରାମର ରାଜକିଶୋର ପାତ୍ରଙ୍କ ସ୍ତ୍ରୀ ରିଙ୍କି ପାତ୍ର ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ଶୁକ୍ରବାର ବିଳମ୍ବିତ ରାତିରେ ରିଙ୍କିଙ୍କ ପ୍ରସବ ବେଦନା ହେବାରୁ ତାଙ୍କୁ ଉଦୟପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିବାର ଲୋକେ ନେଇଥିଲେ। ସେଠାରେ ଡାକ୍ତର ଦୀର୍ଘ ସମୟ ରଖିବା ପରେ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ। କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ତାଙ୍କୁ ତୁରନ୍ତ ଓ୍ବାର୍ଡକୁ ନେବାରେ ବିଳମ୍ବ କରାଯାଇଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ତାଙ୍କ ସ୍ବାମୀ ରାଜକିଶୋର ପାତ୍ର ଅଭିଯୋଗ କରିଛନ୍ତି। ତେବେ ଉଦୟପୁର ଡାକ୍ତରଖାନାରେ ଚିକିତ୍ସାରେ ବିଳମ୍ବ କରାଯିବା ଏବଂ ଅବସ୍ଥା ସଂକଟାପନ୍ନ ହେବା ପରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ରେଫର କରାଯାଇଥିଲା। ଏଣୁ ତାଙ୍କର ମୃତ୍ୟୁ ହୋଇଥିବା ରିଙ୍କିଙ୍କ ମା’ ଭଗବତୀ ପାତ୍ର ଅଭିଯୋଗ କରିଛନ୍ତି। ଏହି ଘଟଣା ପରେ କିଛି ସମୟ ଧରି ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏନେଇ ସିଡିଏମଓ ଡାକ୍ତର କେ.ସି.ପୃଷ୍ଟି କହିଛନ୍ତି, ଚିକିତ୍ସାରେ କୌଣସି ଅବହେଳା ହୋଇନାହିଁ। ଏନେଇ ସେ ଉଦୟପୁର ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଶିଶୁର ପ୍ରସବ ହୋଇ ନ ପାରିବାରୁ ତାଙ୍କୁ କେନ୍ଦୁଝରକୁ ପଠାଇ ଦେଇଥିଲେ। ଏଠାରେ ପହଞ୍ଚିବା ବେଳକୁ ମୃତ୍ୟୁ ହୋଇଥିଲା। ଏଣୁ ଚିକିତ୍ସାରେ ଅବହେଳା ହୋଇନାହିଁ। ତେବେ ଘଟଣାର ତଦନ୍ତ ହେଲେ ଜଣାପଡ଼ିବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri