Posted inଜାତୀୟ

ବୋମ୍ମାଇ କଲେ ନାମାଙ୍କନ ପତ୍ର ଦାଖଲ, ସମ୍ପତ୍ତି ପରିମାଣ ୪୯.୭୦ କୋଟି…

ବେଙ୍ଗାଲୁରୁ,୧୫।୪ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଶନିବାର ମେ ’୧୦ରେ ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ଶିଗଗାଓଁ ଆସନରୁ ଭଜପା ପ୍ରାର୍ଥୀ ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସର୍ବାଧିକ ଭୋଟ ସହ ପୁଣି ନିର୍ବାଚିତ ହେବାକୁ ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

ବୋମ୍ମାଇଙ୍କ ସହ ଜନସମ୍ପର୍କ ମନ୍ତ୍ରୀ ସିସି ପାଟିଲ, ହାଭେରୀ ଗଡାଗ ଏମ୍‌ପି ଶିବକୁମାର ଉଦାସୀ ଏବଂ ପୁଅ ଭରତ ବୋମ୍ମାଇ ମଧ୍ୟ ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ କରିବା ପୂର୍ବରୁ ସେ ଶିଗଗାଓଁର ଧାମବ୍ବା ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଶିଗଗାଓଁ ବିଧାନସଭା ନିର୍ବାଚନମଣ୍ଡଳୀରୁ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦାଖଲ କରିଥିବା ତାଙ୍କ ସତ୍ୟପାଠରେ ସେ ନିଜ ନାମରେ ୪୯.୭୦ କୋଟି ଟଙ୍କାର ସମ୍ପତ୍ତି ଥିବା ଉଲ୍ଲେଖ କରିଛନ୍ତି।

ପୁଞ୍ଜି ନିବେଶ ବିବରଣୀରୁ ଜଣାପଡିଛି, ତାଙ୍କର ୫,୯୮କୋଟି ଟଙ୍କା ମୂଲ୍ୟର ଚଳ ସମ୍ପତ୍ତି ଥିବାବେଳେ ସେ ହିନ୍ଦୁ ଅବିଭକ୍ତ ପରିବାରରୁ ୧,୫୭ କୋଟି ଟଙ୍କା ପାଇଛନ୍ତି। ତାଙ୍କ ସ୍ତ୍ରୀ ଚନ୍ନମା ୧.୧୪ କୋଟି ଟଙ୍କା ଏବଂ ଝିଅ ଆଦିତି ୧.୧୪ କୋଟି ଟଙ୍କା ନିବେଶ କରିଛନ୍ତି। ତାଙ୍କର ୪୨,୧୫ କୋଟି ଟଙ୍କା ମୂଲ୍ୟର ଅସ୍ଥାବର ସମ୍ପତ୍ତି ରହିଛି, ଯେଉଁଥିରେ ୧୯.୨ କୋଟି ଟଙ୍କା ମୂଲ୍ୟର ହିନ୍ଦୁ ଅବିଭାଜିତ ପରିବାର ସମ୍ପତ୍ତି ରହିଛି। ବୋମ୍ମାଇଙ୍କ ପାଖରେ ୫.୭୯ କୋଟି ଟଙ୍କାର ନଗଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ବଡ଼ ଜାଲିଆତିର ଖୁଲାସା: ଗାଁରେ ଜନସଂଖ୍ୟା ୧୫୦୦, ତିନି ମାସରେ ୨୭,୦୦୦ ଶିଶୁ ଜନ୍ମ!

ମୁମ୍ବାଇ,୧୮ା୧୨: ମହାରାଷ୍ଟ୍ରର ଏକ ଛୋଟ ଗାଁରେ ଏପରି ଏକ ଘଟଣା ଘଟିଛି, ଯାହା ପ୍ରଶାସନର ନିଦ ହଜାଇ ଦେଇଛି। ୟବତମାଲ ଜିଲାର ଆର୍ନି ତହସିଲ ଅନ୍ତର୍ଗତ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri