Posted inଜାତୀୟ

ତେଲଙ୍ଗାନାର ବିକାଶ ଦେଶ ପାଇଁ ଦୃଷ୍ଟାନ୍ତ

ହାଇଦ୍ରାବାଦ, ୧୬।୪: ହାଇଦ୍ରାବାଦ୍‌ରେ ଭାରତୀୟ ସମ୍ବିଧାନ ପ୍ରଣେତା ଡ. ବି.ଆର୍‌. ଆମ୍ବେଡ୍‌କରଙ୍କ ୧୨୫ ଫୁଟର ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି। ଏ ନେଇ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏବଂ ଆମ୍ବେଡ୍‌କରଙ୍କ ଅଣନାତି ପ୍ରକାଶ ଆମ୍ବେଡ୍‌କର ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ କେସିଆରଙ୍କ ନେତୃତ୍ୱରେ ଭାରତ ଇତିହାସରେ ତେଲଙ୍ଗାନା ଏକ ନୂଆ ଅଧ୍ୟାୟ ରଚିଛି। ଶୁକ୍ରବାର ଆମ୍ବେଡ୍‌କରଙ୍କ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତି ଅନାବରଣ କରାଯାଇଥିଲା। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ପ୍ରତିମୂର୍ତ୍ତିରେ ପୁଷ୍ପବର୍ଷା କରାଯାଇଥିଲା। ମଞ୍ଚାସୀନ ହେବା ସମୟରେ ସେଠାରେ ଉପସ୍ଥିତ ଲୋକେ ଜୟ ଭୀମ, ଜୟ ତେଲଙ୍ଗାନା ଜୟ କେସିଆର୍‌ ସ୍ଲୋଗାନ୍‌ ହେଇଥିଲେ। କାର୍ଯ୍ୟକ୍ରମରେ ଭାଷଣ ଦେଇ ମୁଖ୍ୟ ଅତିଥି ପ୍ରକାଶ ଆମ୍ବେଡ୍‌କର କହିଥିଲେ, ମୁଖ୍ୟମନ୍ତ୍ରୀ କେସିଆର୍‌ ଭବିଷ୍ୟତରେ ଜଣେ ରାଷ୍ଟ୍ରନେତା ଭାବେ ଉଭା ହେବେ। ତେଲଙ୍ଗାନାରେ ହେଉଥିବା ବିକାଶ ସାରା ଦେଶ ପାଇଁ ଦୃଷ୍ଟାନ୍ତ ପାଲଟିଛି। ଦେଶର ବିଭିନ୍ନ ପ୍ରାନ୍ତରେ ଆମ୍ବେଡ୍‌କରଙ୍କ ପ୍ରଶଂସକ ରହିଛନ୍ତି। ୨୦୨୪ ଲୋକ ସଭା ନିର୍ବଚାନରେ ବିଆର୍‌ଏସ୍‌ ବହୁମତରେ ବିଜୟ ହାସଲ କରିବ ବୋଲି କେସିଆର୍‌ ଭାଷଣରେ କହିଛନ୍ତି। ବିକାଶକୁ ଶତ୍ରୁ ହଜମ କରିପାରୁ ନାହାନ୍ତି। ମହାରାଷ୍ଟ୍ରରେ ବିଆର୍‌ଏସ୍‌ ଦଳକୁ ବିପୁଳ ସମର୍ଥନ ମିଳିଛି। ଦେଶ ଶାସନର ସୁଯୋଗ ନିଶ୍ଚିତ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କେସିଆର୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri