ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଅଧିକାଂଶ ସମୟରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ପୁରୀ ଆସି କାର୍ଯ୍ୟର ତଦାରଖ କରିଥାନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ୫-ଟି ସଚିବ ପାଣ୍ଡିଆନ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୁରୀରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସକାଳ ସମୟରେ ୫-ଟି ସଚିବ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ଅନ୍ୟାନ୍ୟ ପ୍ରକଳ୍ପଗୁଡିକର ନିର୍ମାଣ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଥିଲେ। ପାଣ୍ଡିଆନ ପୁରୀ ଆସି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପରେ ବିଭିନ୍ନ ପ୍ରକଳ୍ପର ଅନୁଧ୍ୟାନ କରିଥିଲେ। ପ୍ରଥମେ ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ। ପରେ ଧର୍ମଶାଳା କାର୍ଯ୍ୟ ସମୀକ୍ଷା କରିବାକୁ ଯାଇଥିଲେ। ବାସେଳୀ ସାହି ଥାନା ଅନ୍ତର୍ଗତ ମାର୍କଣ୍ଡେଶ୍ୱର ସାହି-୨ରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀ ଓ ଶ୍ରଦ୍ଧାଳୁମାନଙ୍କ ରହିବା ପାଇଁ ୧୦ଏକର ଜାଗାରେ ଧର୍ମଶାଳା ନିର୍ମାଣ କରାଯିବ। ଏହି ପ୍ରକଳ୍ପରେ ୧୩୫ କୋଟି ଟଙ୍କା ବ୍ୟୟ ହେବାକୁ ଥିବାବେଳେ ୫ଟି ବ୍ଲକ ବିଶିଷ୍ଟ ଏହି ଧର୍ମଶାଳାରେ ୩୭୦୦ ଯାତ୍ରୀ ରହିବାର ବ୍ୟବସ୍ଥା ହେଉଛି। ୪୩ ଏକର ପରିମିତ ଅଞ୍ଚଳରେ ୬୭ କୋଟି ଟଙ୍କା ବ୍ୟୟରେ ପାର୍କିଂ ସ୍ଥଳର ବ୍ୟବସ୍ଥା ହୋଇଛି। ଏଠାରେ ୪୨୦ଟି ବସ୍‌, ୨୫୮ ଅଟୋ, ୫୪୯ ଚାରିଚକିଆ ଗାଡ଼ି ଓ ୧୦୫୪ଟି ଦୁଇଚକିଆ ଗାଡ଼ି ପାର୍କିଂର ବ୍ୟବସ୍ଥା ରହିବ। ୧୬୧ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧିନ ଶ୍ରୀ ସେତୁର ଗୋଟିଏ ପାଶର୍‌ବ ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥଳକୁ ରଥଯାତ୍ରା ପୂର୍ବରୁ ସଂଯୋଗ ପାଇଁ ତ୍ୱରାନ୍ବିତ କାର୍ଯ୍ୟ କରିବାକୁ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ସମସ୍ତ କାର୍ଯ୍ୟକୁ ପାଣ୍ଡିଆନ ପରିଦର୍ଶନ କରି ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ ଦେଇଛନ୍ତି। ସମୀକ୍ଷା ସମୟରେ ଜିଲାପାଳ ସମର୍ଥ ବର୍ମା, ଉପଜିଲାପାଳ ଭବତାରଣ ସାହୁ, ଓବିସିସିର ନିର୍ବାହୀ ଯନ୍ତ୍ରୀ ସୁନ୍ଦର ମାଧବ ପାଢ଼ୀ ଓ ଅନ୍ୟାନ୍ୟ ଅଧିକାରୀ, ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri